ମାସ ଆରମ୍ଭରୁ ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୨।୯: ଅଗଷ୍ଟ ମାସରେ ତେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢାଇଥିଲା। ହେଲେ ସେପ୍ଟେମ୍ବର ପହିଲାରୁ ପୁଣି ଥରେ ତେଲ ଦର ବଢିବା ଆରମ୍ଭ ହେଲାଣି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୫ ପଇସା ବୃଦ୍ଧି ଘଟି ୮୨.୬୪ ଟଙ୍କା ଛୁଇଁଛି। ଏହି ସମୟ ମଧ୍ୟରେ ଡିଜେଲ ଦର ଅପରିବର୍ତ୍ତିତ ୮୦.୦୩ ଟଙ୍କା ରହିଛି। ଅଗଷ୍ଟ ମାସରେ ଶେଷ ୧୫ ଦିନ ମଧ୍ୟରେ ପେଟ୍ରୋଲ ୧୩ ଥର ବଢିଛି। ଅଗଷ୍ଟ ୧୬ ପରଠାରୁ ବର୍ତ୍ତମାନ ସୁଦ୍ଧା ପେଟ୍ରୋଲ ମୋଟ ୧.୬୧ ଟଙ୍କା ବଢିଲାଣି। ଭୁବନେଶ୍ୱରର ପେଟ୍ରୋଲ ଓ ଡିଜେଲ ଦର ଦିଲ୍ଲୀଠାରୁ ଉଚ୍ଚରେ ରହିଛି। ମେଟ୍ରୋ ସହରଗୁଡିକ କଥା ବିଚାର କଲେ ମଙ୍ଗଳବାର ପେଟ୍ରୋଲ ୪ରୁ ୫ ପଇସା ବୃଦ୍ଧି ପାଇଛି। ନୂଆଦିଲ୍ଲୀରେ ତେଲ ଦର ୫ ପଇସା ବଢି ୮୨.୦୮ ଟଙ୍କା ରହିଛି। ସେହିଭଳି ଚେନ୍ନାଇରେ ୪ ପଇସା ବଢି ୮୫.୦୪ ଟଙ୍କା, କୋଲ୍‌କାତାରେ ୫ ପଇସା ବୃଦ୍ଧି ପାଇ ୮୩.୫୭ ଟଙ୍କା ଏବଂ ମୁମ୍ବାଇରେ ୫ ପଇସା ଊର୍ଦ୍ଧ୍ୱରେ ରହି ୮୮.୭୩ ଟଙ୍କା ଛୁଇଁଛି। ଏହି ସ୍ଥାନଗୁଡିକରେ ଡିଜେଲ ଦର ଯଥାକ୍ରମେ ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଥିବା ଇଣ୍ଡିଆନ ଅଏଲ୍‌ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri