ପେଟ୍ରୋଲ ୨୨, ଡିଜେଲ ୨୬ ପଇସା ହ୍ରାସ

ଭୁବନେଶ୍ୱର,୩୧।୩: ଗୋଟିଏ ସପ୍ତାହ ମଧ୍ୟରେ ଲଗାତର ତୃତୀୟ ଥର ଲାଗି ତେଲ ଦର ହ୍ରାସ ହୋଇଛି। ମଙ୍ଗଳବାର ପେଟ୍ରୋଲ ୨୨ ପଇସା ଏବଂ ଡିଜେଲ ଦର ୨୬ ପଇସା କମିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୯୧.୨୮ ଟଙ୍କା ଏବଂ ଡିଜେଲ ୮୮.୧୩ ଟଙ୍କାକୁ ଖସିଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ହ୍ରାସ ହେବା ଫଳରେ ଘରୋଇ ବଜାରରେ ଏହାର ସକାରାତ୍ମକ ପ୍ରଭାବ ପଡ଼ିଛି। ସେହିଭଳି ନୂଆଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଦର ଯଥାକ୍ରମେ ୨୨ ଏବଂ ୨୩ ପଇସା କମିଛି। ଫଳରେ ଏହି ସହରରେ ଇନ୍ଧନ ଦର ୯୦.୫୬ ଟଙ୍କା ଏବଂ ୮୦.୮୭ ଟଙ୍କାରେ ବିକ୍ରି ହେଉଛି। ରାଜ୍ୟଗୁଡ଼ିକ ସ୍ତରରେ ଲାଗୁ ହେଉଥିବା ଭାଟ୍‌ରେ ଭିନ୍ନତା ଯୋଗୁ ତେଲ ଦର ଭିନ୍ନ ରହୁଛି। ମୁମ୍ବାଇରେ ପେଟ୍ରୋଲ ୯୬.୯୮ ଟଙ୍କା ଏବଂ ଡିଜେଲ ୮୭.୯୬ ଟଙ୍କାରେ ବିକ୍ରି ହେଉଛି। କୋଭିଡ୍‌ ମାମଲା ବଢ଼ିବା ଯୋଗୁ ଅନ୍ତର୍ଜାତୀୟ ବଜାରରେ ତେଲ ଦର ମାର୍ଚ୍ଚ ୨୪ରେ ପ୍ରଥମେ ହ୍ରାସ ହୋଇଥିଲା। ସେହିଭଳି ମାର୍ଚ୍ଚ ୨୫ରେ ପୁଣି ଥରେ ଦରରେ ହ୍ରାସ ପରିଲକ୍ଷିତ ହୋଇଛି। ମୋଟ ୩ ଥର ଦର ହ୍ରାସ ହେବା ଯୋଗୁ ପେଟ୍ରୋଲ ୬୧ ଏବଂ ଡିଜେଲ ୬୦ ପଇସା ଖସିଛି। ଦର ହ୍ରାସ ହୋଇଥିଲେ ମଧ୍ୟ ଗତବର୍ଷ ମାର୍ଚ୍ଚରେ ସରକାର ଟିକସ ବଢ଼ାଇବା ପରଠାରୁ ପେଟ୍ରୋଲ ୨୧.୫୮ ଟଙ୍କା ଏବଂ ଡିଜେଲ ୧୯.୮୧ ଟଙ୍କା ଊର୍ଦ୍ଧ୍ୱରେ ରହିଛି। ଅନ୍ତର୍ଜାତୀୟ ବଜାରରେ ଦର ଖସିବା ଯୋଗୁ କମ୍ପାନୀ ଦରରେ କିଛିଟା ହ୍ରାସ କରୁଛନ୍ତି। ମାତ୍ର ଟିକସ ହ୍ରାସ ଦ୍ୱାରା ଖାଉଟିଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଦିଗରେ ସରକାର ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇନାହାନ୍ତି। ଏ ନେଇ ବିଭିନ୍ନ ମହଲରୁ ଦାବି ହୋଇ ଆସୁଥିଲେ ମଧ୍ୟ ସରକାର ଏହାକୁ କର୍ଣ୍ଣପାତ କରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri