୯ ଦିନରେ ୮ଥର ବଢ଼ିଲାଣି ତେଲ ଦର

ଭୁବନେଶ୍ୱର/ନୂଆଦିଲ୍ଲୀ,୧୦।୧୦: ଗତ ୯ ଦିନ ମଧ୍ୟରେ ୮ ଥର ତେଲ ଦର ବଢ଼ିଲାଣି। ଏପରିକି କ୍ରମାଗତ ପଞ୍ଚମ ଦିନ ଲାଗି ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌) ର ସୂଚନା ଅନୁସାରେ ଶନିବାର ଭୁବନେଶ୍ୱରରେ ଡିଜେଲ ୩୮ ପଇସା ଏବଂ ପେଟ୍ରୋଲ ୩୨ ପଇସା ବଢ଼ିଛି। ଫଳରେ ଏଠାରେ ଡିଜେଲ ଲିଟର ପିଛା ୧୦୦.୮୫ ଟଙ୍କା ଏବଂ ପେଟ୍ରୋଲ ୧୦୪.୭୫ ଟଙ୍କାରେ କାରବାର ହେଉଛି। ଗତ ୧୫ଦିନ ମଧ୍ୟରେ ପେଟ୍ରୋଲ ୨.୭୧ ଟଙ୍କା ଏବଂ ଡିଜେଲ ୪.୨୪ ଟଙ୍କା ବୃଦ୍ଧି ପାଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ମତବ୍ୟକ୍ତ କରିଛନ୍ତି। ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୧୦୧.୧୯ ଟଙ୍କା ଓ ପେଟ୍ରୋଲ ୧୦୫.୧୦ ଟଙ୍କାରେ ପହଞ୍ଚତ୍ଛି।

ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ୩୫ ପଇସା ଏବଂ ପେଟ୍ରୋଲ ୩୦ ପଇସା ବଢ଼ିଛି। ଏହା ଫଳରେ ସେଠାରେ ଡିଜେଲ ଲିଟର ପିଛା ୯୨.୪୭ ଟଙ୍କା ଏବଂ ପେଟ୍ରୋଲ ୧୦୩.୮୪ ଟଙ୍କାରେ କାରବାର ହେଉଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ୨.୭୦ ଟଙ୍କା ଏବଂ ଡିଜେଲ ୩.୮୫ ଟଙ୍କା ବଢ଼ିଥିବା ଜଣାପଡିଛି। ଗତ ସେପ୍ଟେମ୍ବର ୨୪ରୁ ଡିଜେଲ ଦର ସହ କ୍ରମାଗତ ଭାବେ ତୈଳ ଦର ବୃଦ୍ଧି ପାଇଚାଲିଛି ବୋଲି ତୈଳ ନିଗମ ସୂଚନା ଦେଇଛି।

ଦେଶର ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ମଧ୍ୟ ଡିଜେଲ ଦର ୩୩ରୁ ୩୭ ପଇସା ବଢ଼ି ଯଥାକ୍ରମ ୯୬.୯୩ ଟଙ୍କା, ୯୫.୫୮ ଟଙ୍କା ଏବଂ ୧୦୦.୨୯ ଟଙ୍କାରେ ପହଞ୍ଚତ୍ଛି। ଏହିସବୁ ମେଟ୍ରୋ ସହରରେ ପେଟ୍ରୋଲ ଲିଟର ପିଛା ୨୬ରୁ ୨୯ ପଇସା ବୃଦ୍ଧି ଘଟି ଯଥାକ୍ରମେ ୧୦୧.୨୭ ଟଙ୍କା, ୧୦୪.୫୨ ଟଙ୍କା ଏବଂ ୧୦୯.୮୩ ଟଙ୍କାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri