ଲଗାତର ୬ ଦିନ ପାଇଁ ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୨୬।୮: ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଲଗାତର ତେଲ ଦର ବଢିବା ଫଳରେ ଏହା ଖାଉଟିଙ୍କ ଚିନ୍ତା ବଢାଉଛି। ୬ ଦିନ ହେବ ପେଟ୍ରୋଲ ଦର ଦର ବୃଦ୍ଧି ଘଟି ଚାଲିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୧୧ ପଇସା ବଢିଛି। ଫଳରେ ଏଠାରେ ଲୋକଙ୍କୁ ପଟ୍ରୋଲ ଲିଟର ପିଛା ୮୨.୨୮ ଟଙ୍କା ଦେବାକୁ ପଡୁଛି। ଏଠାରେ ଡିଜେଲ ଦର ଅପରିବର୍ତ୍ତିତ ୮୦.୦୩ ଟଙ୍କା ରହିଛି। ଦିଲ୍ଲୀଠାରୁ ଭୁବନେଶ୍ୱରରେ ଉଭୟ ପେଟ୍ରୋଲ ଏବଂ ଡିଜେଲ ବର୍ତ୍ତମାନ ଉଚ୍ଚରେ ରହିଥିବା ଜଣାପଡିଛି। ଗତ ୧୦ ଦିନ ବିଚାରକୁ ନେଲେ ପେଟ୍ରୋଲ ଦର ୯ ଥର ବଢିଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ୧.୨୫ ଟଙ୍କା ମହଙ୍ଗା ହୋଇଛି।
ସେହିଭଳି ମେଟ୍ରୋ ସହରଗୁଡିକରେ ମଙ୍ଗଳବାର ପେଟ୍ରୋଲ ୯ରୁ ୧୧ ପଇସା ବଢିଛି। ଦିଲ୍ଲୀରେ ପେଟ୍ରୋଲ ୧୧ ପଇସା ବୃଦ୍ଧି ପାଇବା ଯୋଗୁ ଦର ୮୧.୭୩ ଟଙ୍କା ରହିଛି। ସେହିଭଳି ଚେନ୍ନାଇରେ ଦର ୯ ପଇସା ବଢି ୮୪.୭୩ ଟଙ୍କା, କୋଲକାତାରେ ୧୧ ପଇସା ବୃଦ୍ଧି ପାଇ ୮୩.୨୪ ଟଙ୍କା ଏବଂ ମୁମ୍ବାଇରେ ୧୧ ପଇସା ବଢି ୮୮.୩୯ ଟଙ୍କା ରହିଛି। ଏହି ସହରଗୁଡିକରେ ଡିଜେଲ ଦର ଯଥାକ୍ରମେ ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଥିବା ଜଣାପଡିଛି। ଜୁନ୍‌ ୨୯ ପରଠାରୁ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ହେଲେ ଅଗଷ୍ଟ ୧୬ ପରଠାରୁ ଦରରେ ପୁଣି ପରିବର୍ତ୍ତନ ହେଉଛି। ବର୍ତ୍ତମାନ ଦେଶର ବିଭିନ୍ନ ପ୍ରାନ୍ତରେ ତେଲ ଦର ଭିନ୍ନ ଭିନ୍ନ ରହୁଥିବା ନଜରକୁ ଆସିଛି। ଅଶୋଧିତ ତେଲ ଦର ବୃଦ୍ଧି ଏବଂ ବିଦେଶୀ ବିନିମୟକୁ ନଜରରେ ରଖି ଦର ନିର୍ଦ୍ଧାରଣ ହେଉଥିବାରୁ ତେଲର ରିଟେଲ ଦରରେ ଭିନ୍ନତା ପରିଲକ୍ଷିତ ହେଉଛି। ଏହା ସହ ରାଜ୍ୟ ଏବଂ କେନ୍ଦ୍ର ସ୍ତରରେ ଲାଗୁ ହେଉଥିବା ଉଚ୍ଚ ପରିମାଣର ଟିକସ ମଧ୍ୟ ତେଲ ଦର ବୃଦ୍ଧିର କାରଣ ପାଲଟିଛି। ରାଷ୍ଟ୍ରାୟତ୍ତ କମ୍ପାନୀ ଇଣ୍ଡିଆନ ଅଏଲ, ଭାରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ ଭଳି କମ୍ପାନୀଗୁଡିକ ତେଲ ଦରରେ ପରିବର୍ତ୍ତନକୁ ପ୍ରତିଦିନ ସକାଳ ୬ଟାରେ ଲାଗୁ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri