ଲଗାତର ୬ ଦିନ ପାଇଁ ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୨୬।୮: ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଲଗାତର ତେଲ ଦର ବଢିବା ଫଳରେ ଏହା ଖାଉଟିଙ୍କ ଚିନ୍ତା ବଢାଉଛି। ୬ ଦିନ ହେବ ପେଟ୍ରୋଲ ଦର ଦର ବୃଦ୍ଧି ଘଟି ଚାଲିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୧୧ ପଇସା ବଢିଛି। ଫଳରେ ଏଠାରେ ଲୋକଙ୍କୁ ପଟ୍ରୋଲ ଲିଟର ପିଛା ୮୨.୨୮ ଟଙ୍କା ଦେବାକୁ ପଡୁଛି। ଏଠାରେ ଡିଜେଲ ଦର ଅପରିବର୍ତ୍ତିତ ୮୦.୦୩ ଟଙ୍କା ରହିଛି। ଦିଲ୍ଲୀଠାରୁ ଭୁବନେଶ୍ୱରରେ ଉଭୟ ପେଟ୍ରୋଲ ଏବଂ ଡିଜେଲ ବର୍ତ୍ତମାନ ଉଚ୍ଚରେ ରହିଥିବା ଜଣାପଡିଛି। ଗତ ୧୦ ଦିନ ବିଚାରକୁ ନେଲେ ପେଟ୍ରୋଲ ଦର ୯ ଥର ବଢିଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ୧.୨୫ ଟଙ୍କା ମହଙ୍ଗା ହୋଇଛି।
ସେହିଭଳି ମେଟ୍ରୋ ସହରଗୁଡିକରେ ମଙ୍ଗଳବାର ପେଟ୍ରୋଲ ୯ରୁ ୧୧ ପଇସା ବଢିଛି। ଦିଲ୍ଲୀରେ ପେଟ୍ରୋଲ ୧୧ ପଇସା ବୃଦ୍ଧି ପାଇବା ଯୋଗୁ ଦର ୮୧.୭୩ ଟଙ୍କା ରହିଛି। ସେହିଭଳି ଚେନ୍ନାଇରେ ଦର ୯ ପଇସା ବଢି ୮୪.୭୩ ଟଙ୍କା, କୋଲକାତାରେ ୧୧ ପଇସା ବୃଦ୍ଧି ପାଇ ୮୩.୨୪ ଟଙ୍କା ଏବଂ ମୁମ୍ବାଇରେ ୧୧ ପଇସା ବଢି ୮୮.୩୯ ଟଙ୍କା ରହିଛି। ଏହି ସହରଗୁଡିକରେ ଡିଜେଲ ଦର ଯଥାକ୍ରମେ ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଥିବା ଜଣାପଡିଛି। ଜୁନ୍‌ ୨୯ ପରଠାରୁ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ହେଲେ ଅଗଷ୍ଟ ୧୬ ପରଠାରୁ ଦରରେ ପୁଣି ପରିବର୍ତ୍ତନ ହେଉଛି। ବର୍ତ୍ତମାନ ଦେଶର ବିଭିନ୍ନ ପ୍ରାନ୍ତରେ ତେଲ ଦର ଭିନ୍ନ ଭିନ୍ନ ରହୁଥିବା ନଜରକୁ ଆସିଛି। ଅଶୋଧିତ ତେଲ ଦର ବୃଦ୍ଧି ଏବଂ ବିଦେଶୀ ବିନିମୟକୁ ନଜରରେ ରଖି ଦର ନିର୍ଦ୍ଧାରଣ ହେଉଥିବାରୁ ତେଲର ରିଟେଲ ଦରରେ ଭିନ୍ନତା ପରିଲକ୍ଷିତ ହେଉଛି। ଏହା ସହ ରାଜ୍ୟ ଏବଂ କେନ୍ଦ୍ର ସ୍ତରରେ ଲାଗୁ ହେଉଥିବା ଉଚ୍ଚ ପରିମାଣର ଟିକସ ମଧ୍ୟ ତେଲ ଦର ବୃଦ୍ଧିର କାରଣ ପାଲଟିଛି। ରାଷ୍ଟ୍ରାୟତ୍ତ କମ୍ପାନୀ ଇଣ୍ଡିଆନ ଅଏଲ, ଭାରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ ଭଳି କମ୍ପାନୀଗୁଡିକ ତେଲ ଦରରେ ପରିବର୍ତ୍ତନକୁ ପ୍ରତିଦିନ ସକାଳ ୬ଟାରେ ଲାଗୁ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri