ପେଟ୍ରୋଲ ପୁଣି ୧୦ ପଇସା ବଢ଼ିଲା

ଭୁବନେଶ୍ୱର,୨୮।୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଚଳିତ ସପ୍ତାହ ବୁଧବାର ଦର ବୃଦ୍ଧି ହୋଇ ନ ଥିବା ବେଳେ ଗୁରୁବାର ଭୁବନେଶ୍ୱରରେ ପେଟ୍ରୋଲ ଦର ପୁଣି ଥରେ ୧୦ ପଇସା ବଢିଛି। ଏଠାରେ ପେଟ୍ରୋଲ ଲିଟର ପିଛା ୮୨.୩୮ ଟଙ୍କାକୁ ବଢିଛି। ସେହିଭଳି ଡିଜେଲ ଦର ଅପରିବର୍ତ୍ତିତ ୮୦.୦୩ ଟଙ୍କା ରହିଛି। ଭୁବନେଶ୍ୱରରେ ଉଭୟ ପେଟ୍ରୋଲ ଏବଂ ଡିଜେଲ ଦର ନୂଆଦିଲ୍ଲୀଠାରୁ ଊର୍ଦ୍ଧ୍ୱରେ ରହିଛି। ଗତ ୧୨ ଦିନ ଦିନ ମଧ୍ୟରେ ପେଟ୍ରୋଲ ୧୦ ଥର ବଢିଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ୧.୩୫ ଟଙ୍କା ମହଙ୍ଗା ହୋଇଥିବା ଜଣାପଡିଛି। ସେହିଭଳି ମେଟ୍ରୋ ସହରଗୁଡିକରେ ପେଟ୍ରୋଲ ୯ରୁ ୧୦ ପଇସା ବଢିଥିବା ତୈଳ ବିପଣନ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ନୂଆଦିଲ୍ଲୀରେ ପେଟ୍ରୋଲ ୧୦ ପଇସା ବଢି ୮୧.୮୩ ଟଙ୍କା ଛୁଇଁଛି। ସେହିଭଳି ଚେନ୍ନାଇରେ ୯ ପଇସା ବଢି ୮୪.୮୨ ଟଙ୍କା, କୋଲ୍‌କାତାରେ ୯ ପଇସା ବୃଦ୍ଧି ଘଟି ୮୩.୩୩ ଟଙ୍କା ଏବଂ ମୁମ୍ବାଇରେ ୯ ପଇସା ଊର୍ଦ୍ଧ୍ୱରେ ରହି ୮୮.୪୮ ଟଙ୍କା ଛୁଇଁଛି। ଏହି ସହରଗୁଡିକରେ ଡିଜେଲ ଦର ଯଥାକ୍ରମେ ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଛି।
ଜୁନ୍‌ ୨୯ ପରଠାରୁ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ହେଲେ ଅଗଷ୍ଟ ୧୬ ପରଠାରୁ ଦରରେ ପୁଣି ପରିବର୍ତ୍ତନ ପରିଲକ୍ଷିତ ହେଉଛି। ବର୍ତ୍ତମାନ ଦେଶର ବିଭିନ୍ନ ପ୍ରାନ୍ତରେ ତେଲ ଦର ଭିନ୍ନ ଭିନ୍ନ ରହୁଥିବା ନଜରକୁ ଆସିଛି। ଅଶୋଧିତ ତେଲ ଦର ବୃଦ୍ଧି ଏବଂ ବିଦେଶୀ ବିନିମୟକୁ ନଜରରେ ରଖି ଦର ନିର୍ଦ୍ଧାରଣ ହେଉଥିବାରୁ ତେଲର ରିଟେଲ ଦରରେ ଭିନ୍ନତା ଆସୁଛି। ଏହା ସହ ରାଜ୍ୟ ଏବଂ କେନ୍ଦ୍ର ସ୍ତରରେ ଲାଗୁ ହେଉଥିବା ଉଚ୍ଚ ପରିମାଣର ଟିକସ ମଧ୍ୟ ତେଲ ଦର ବୃଦ୍ଧିର ଅନ୍ୟତମ ପ୍ରମୁଖ କାରଣ ପାଲଟିଛି। ରାଷ୍ଟ୍ରାୟତ୍ତ କମ୍ପାନୀ ଇଣ୍ଡିଆନ ଅଏଲ, ଭାରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ ଭଳି କମ୍ପାନୀଗୁଡିକ ତେଲ ଦରରେ ପରିବର୍ତ୍ତନକୁ ପ୍ରତିଦିନ ସକାଳ ୬ଟାରେ ଲାଗୁ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri