ପେଟ୍ରୋଲ ପୁଣି ୧୦ ପଇସା ବଢ଼ିଲା

ଭୁବନେଶ୍ୱର,୨୮।୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଚଳିତ ସପ୍ତାହ ବୁଧବାର ଦର ବୃଦ୍ଧି ହୋଇ ନ ଥିବା ବେଳେ ଗୁରୁବାର ଭୁବନେଶ୍ୱରରେ ପେଟ୍ରୋଲ ଦର ପୁଣି ଥରେ ୧୦ ପଇସା ବଢିଛି। ଏଠାରେ ପେଟ୍ରୋଲ ଲିଟର ପିଛା ୮୨.୩୮ ଟଙ୍କାକୁ ବଢିଛି। ସେହିଭଳି ଡିଜେଲ ଦର ଅପରିବର୍ତ୍ତିତ ୮୦.୦୩ ଟଙ୍କା ରହିଛି। ଭୁବନେଶ୍ୱରରେ ଉଭୟ ପେଟ୍ରୋଲ ଏବଂ ଡିଜେଲ ଦର ନୂଆଦିଲ୍ଲୀଠାରୁ ଊର୍ଦ୍ଧ୍ୱରେ ରହିଛି। ଗତ ୧୨ ଦିନ ଦିନ ମଧ୍ୟରେ ପେଟ୍ରୋଲ ୧୦ ଥର ବଢିଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ଦର ୧.୩୫ ଟଙ୍କା ମହଙ୍ଗା ହୋଇଥିବା ଜଣାପଡିଛି। ସେହିଭଳି ମେଟ୍ରୋ ସହରଗୁଡିକରେ ପେଟ୍ରୋଲ ୯ରୁ ୧୦ ପଇସା ବଢିଥିବା ତୈଳ ବିପଣନ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ନୂଆଦିଲ୍ଲୀରେ ପେଟ୍ରୋଲ ୧୦ ପଇସା ବଢି ୮୧.୮୩ ଟଙ୍କା ଛୁଇଁଛି। ସେହିଭଳି ଚେନ୍ନାଇରେ ୯ ପଇସା ବଢି ୮୪.୮୨ ଟଙ୍କା, କୋଲ୍‌କାତାରେ ୯ ପଇସା ବୃଦ୍ଧି ଘଟି ୮୩.୩୩ ଟଙ୍କା ଏବଂ ମୁମ୍ବାଇରେ ୯ ପଇସା ଊର୍ଦ୍ଧ୍ୱରେ ରହି ୮୮.୪୮ ଟଙ୍କା ଛୁଇଁଛି। ଏହି ସହରଗୁଡିକରେ ଡିଜେଲ ଦର ଯଥାକ୍ରମେ ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଛି।
ଜୁନ୍‌ ୨୯ ପରଠାରୁ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ହେଲେ ଅଗଷ୍ଟ ୧୬ ପରଠାରୁ ଦରରେ ପୁଣି ପରିବର୍ତ୍ତନ ପରିଲକ୍ଷିତ ହେଉଛି। ବର୍ତ୍ତମାନ ଦେଶର ବିଭିନ୍ନ ପ୍ରାନ୍ତରେ ତେଲ ଦର ଭିନ୍ନ ଭିନ୍ନ ରହୁଥିବା ନଜରକୁ ଆସିଛି। ଅଶୋଧିତ ତେଲ ଦର ବୃଦ୍ଧି ଏବଂ ବିଦେଶୀ ବିନିମୟକୁ ନଜରରେ ରଖି ଦର ନିର୍ଦ୍ଧାରଣ ହେଉଥିବାରୁ ତେଲର ରିଟେଲ ଦରରେ ଭିନ୍ନତା ଆସୁଛି। ଏହା ସହ ରାଜ୍ୟ ଏବଂ କେନ୍ଦ୍ର ସ୍ତରରେ ଲାଗୁ ହେଉଥିବା ଉଚ୍ଚ ପରିମାଣର ଟିକସ ମଧ୍ୟ ତେଲ ଦର ବୃଦ୍ଧିର ଅନ୍ୟତମ ପ୍ରମୁଖ କାରଣ ପାଲଟିଛି। ରାଷ୍ଟ୍ରାୟତ୍ତ କମ୍ପାନୀ ଇଣ୍ଡିଆନ ଅଏଲ, ଭାରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ ଭଳି କମ୍ପାନୀଗୁଡିକ ତେଲ ଦରରେ ପରିବର୍ତ୍ତନକୁ ପ୍ରତିଦିନ ସକାଳ ୬ଟାରେ ଲାଗୁ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି...

ବାଲ୍‌କୋକୁ ଏଏସ୍‌ଆଇ ପ୍ରଦର୍ଶନ ମାନକ ଭି୩ ପ୍ରମାଣପତ୍ର

ଭୁବନେଶ୍ୱର, ୨୮।୩ (ଅଭୟ ଦାଶ): ଦେଶର ଆଇକନିକ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ ବା ବାଲ୍‌କୋକୁ...

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ।...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫...

ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri