ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ବୁଧବାର ପୁଣି ଥରେ ତେଲ ଦର ବୃଦ୍ଧି ହୋଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା ବଢ଼ି ୯୭.୪୨ ଟଙ୍କା ଏବଂ ଡିଜେଲ ୧୪ ପଇସା ଊର୍ଦ୍ଧ୍ୱରେ ରହି ୯୫.୨୫ଟଙ୍କାରେ ବିକ୍ରି ହେଉଛି। ବର୍ତ୍ତମାନ ସାରା ଦେଶରେ ପେଟ୍ରୋଲ ଦର ଐତିହାସିକ ରେକର୍ଡ ସ୍ତରରେ ରହିଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଇଣ୍ଡିଆନ ଅଏଲ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ସାରା ଦେଶରେ ପେଟ୍ରୋଲ ୨୨ରୁ ୨୫ ପଇସା ଏବଂ ଡିଜେଲ ୧୨ରୁ ୧୪ ପଇସା ବଢ଼ିଛି। ଚଳିତ ମାସରେ ମୋଟ ୯ ଥର ତେଲ ଦର ବୃଦ୍ଧି ପାଇଛି। ନୂଆ ମୂଲ୍ୟ ବୃଦ୍ଧି ଯୋଗୁ ଭାରତର କେତେକ ସ୍ଥାନରେ ପେଟ୍ରୋଲ ଲିଟର ପିଛା ୧୦୮ ଟଙ୍କା ଏବଂ ଡିଜେଲ ୧୦୧ ଟଙ୍କା ସ୍ତର ଛୁଇଁଛି।
ନୂଆଦିଲ୍ଲୀରେ ପେଟ୍ରୋଲ ୨୫ ପଇସା ମହଙ୍ଗା ହେବାରୁ ଦର ୯୬.୬୬ ଟଙ୍କା ରହିଛି। ସେହିଭଳି ଡିଜେଲ ୧୩ ପଇସା ବଢ଼ି ୮୭.୪୧ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ମୁମ୍ବାଇରେ ପେଟ୍ରୋଲ ଏବଂ ଡିଜେଲ ୨୪ ଓ ୧୪ ପଇସା ଊର୍ଦ୍ଧ୍ୱରେ ରହି ଦର ଯଥାକ୍ରମେ ୧୦୨.୮୨ ଟଙ୍କା, ୯୪.୮୪ ଟଙ୍କା ରହିଛି। କୋଲକାତାରେ ଏହି ଦର ୯୬.୫୮ ଟଙ୍କା ଏବଂ ୯୦.୨୫ ଟଙ୍କା ଛୁଇଁଛି। ଏହାବାଦ ଚେନ୍ନାଇରେ ୯୭.୯୧ ଟଙ୍କା, ୯୨.୦୪ ଟଙ୍କାରେ ବିକ୍ରି ହେଉଛି। ଚଳିତ ମାସ ଅଦ୍ୟାବଧି ପେଟ୍ରୋଲ ଲିଟର ପିଛା ୨.୪୨ ଟଙ୍କାରୁ ଊର୍ଦ୍ଧ୍ୱ ଏବଂ ଡିଜେଲ ୨.୨୬ ଟଙ୍କାରୁ ଊର୍ଦ୍ଧ୍ୱ ବଢ଼ିଛି।
ଦେଶର ୧୧ ରାଜ୍ୟରେ ବର୍ତ୍ତମାନ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଟପିଛି। ତେଲ ଦର ବଢ଼ିବା ଯୋଗୁ ଦେଶ ମଧ୍ୟରେ ଦରଦାମ ମଧ୍ୟ ବଢ଼ିଛି। ତେଲ ଦର ବୃଦ୍ଧି ଏକ ଚିନ୍ତାର କାରଣ ପାଲଟିଥିବା ବେଳେ ଏ ନେଇ ଏକ ସମାଧାନ ପନ୍ଥା ବାହାର କରିବା ଲାଗି ଗୁରୁବାର ପେଟ୍ରୋଲିୟମ ଷ୍ଟାଣ୍ଡିଂ କମିଟି ବୈଠକ ବସୁଛି। ଲକ୍‌ଡାଉନ ଯୋଗୁ ତେଲ ଚାହିଦା ହ୍ରାସ ହୋଇଛି। ଏହା ସତ୍ତ୍ୱେ କେନ୍ଦ୍ର ସରକାର ତେଲରୁ ବୃହତ୍‌ ପରିମାଣର ରାଜସ୍ବ ଆଦାୟ କରିଛନ୍ତି। କେନ୍ଦ୍ର ସରକାର ଗତ ବର୍ଷ ମେ ମାସରେ ତେଲ ଉପରେ ୧୦ଟଙ୍କାର ଉତ୍ପାଦ ଟିକସ ବଢ଼ାଇଥିଲେ। ଫଳରେ ପେଟ୍ରୋଲ ଉପରେ ଉତ୍ପାଦ ଟିକସ ବର୍ତ୍ତମାନ ୩୨.୯୮ ଟଙ୍କା ଏବଂ ଡିଜେଲ ଉପରେ ୩୧.୮୩ ଟଙ୍କାକୁ ବୃଦ୍ଧି ହୋଇଛି। ୨୦୨୦-୨୧ର ୯ ମାସରେ କେନ୍ଦ୍ର ସରକାର ୨.୩୫ ଲକ୍ଷ କୋଟି ଟଙ୍କାର ଉତ୍ପାଦ ଟିକସ ଆଦାୟ କରିଛନ୍ତି। ୨୦୧୯-୨୦ ତୁଳନାରେ ଏହା ୬% ଅଧିକ। ଅନ୍ତର୍ଜାତୀୟ ବଜାରରେ ବର୍ତ୍ତମାନ ବ୍ରେଣ୍ଟ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୨.୯୧ ଡଲାର ଏବଂ ଓ୍ବେଷ୍ଟ ଟେକ୍ସାସ ଇଣ୍ଟରମିଡିଏଟ୍‌ ଦର ୭୦.୯୪ ଡଲାର ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri