Posted inକଟକ

ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣା: ଏସ୍‌ସିବିରେ ୨ ଚିକିତ୍ସାଧୀନଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ ଅଫିସ, ୭।୧୦:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରର ୬୦ ପ୍ରତିଶତ ଅଂଶ ପୋଡ଼ିି ଯାଇଥିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଅନ୍ୟ ଜଣଙ୍କ ଶରୀରର ୪୦ ପ୍ରତିଶତ ପୋଡ଼ିଥିବା ବେଳେ ଦୁଇଟି ଯାକ ଆଖିରେ ଆଘାତ ଲାଗିଛି। ବାମ ପଟ ଆଖିରେ ଗଭୀର ଆଘାତ ଲାଗିଥିବାବେଳେ ଡାହାଣ ପଟ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଉଭୟଙ୍କୁ ଏସ୍‌ସିବି ଟ୍ରମା କେୟାର ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଛି। ପ୍ଲାଷ୍ଟିକ ସର୍ଜରୀ, ନ୍ୟୁରୋ ସର୍ଜରୀ, ଚକ୍ଷୁ ବିଭାଗ, ଶଲ୍ୟ ବିଭାଗ ଓ କାଜୁଆଲିଟିର ମେଡିକାଲ ଅଫିସରଙ୍କୁ ନେଇ ଗଠିତ ଏକ ବୈଷୟିକ ଟିମ୍‌ ଏମାନଙ୍କ ଚିକିତ୍ସାରେ ନିୟୋଜିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଆହତ ଦ୍ୱୟଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଏସ୍‌ସିବି ଜରୁରିକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରାଣା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?