ପେଟ୍ରୋଲ ପମ୍ପ ବିସ୍ଫୋରଣ: ମାସେ ପରେ ବି ଆସୁନି ସତ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ଇତିମଧ୍ୟରେ ମାସେ ପୂରିଛି। ହେଲେ ଏଯାଏ ଏହି ଲୋମଟାଙ୍କୁରା ଘଟଣାର କାରଣ ଅସ୍ପଷ୍ଟ ରହିଥିବାବେଳେ ଚାଲିଥିବା ତଦନ୍ତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଗତ ଅକ୍ଟୋବର ୭ ମଧ୍ୟାହ୍ନରେ ପେଟ୍ରୋଲ ପମ୍ପ୍‌ର ସିଏନ୍‌ଜି ୟୁନିଟ୍‌ରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୧୦ରୁ ଅଧିକ ଲୋକ ଆହତ ହୋଇଥିଲେ। ଏଥିସହ ଉକ୍ତ ୟୁନିଟ୍‌ ଧ୍ୱଂସ ହୋଇଯାଇଥିବାବେଳେ ସମେତ ପେଟ୍ରୋଲ ପମ୍ପ୍‌, ସେଠାରେ ଥିବା ଗାଡ଼ି, ଆଖପାଖ ଘର ଓ ଦୋକାନ କ୍ଷତିଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳ ଓ ଚାରିପାଖରେ ମାଂସ, ହାଡ ଛିନ୍‌ଛତର ହୋଇପଡିଥିବାରୁ ଏଥିରେ ଏକାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଥିଲା। ପ୍ରଥମେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମଚାରୀଙ୍କର ମୃତ୍ୟୁ ଘଟିଥିଲା। ପରବର୍ତ୍ତୀ ସମୟରେ ଜବତ ମାଂସ ଓ ହାଡ଼ କାର୍ଯ୍ୟରତ କର୍ମଚାରୀ ତଥା ଇଞ୍ଜିନିୟର ସୀମାଞ୍ଚଳ ପରିଡ଼ାଙ୍କର ବୋଲି ଡିଏନ୍‌ଏ ଟେଷ୍ଟ୍‌ରୁ ଜଣାପଡିଥିଲା। ତେବେ କେଉଁ କାରଣରୁ ଓ କାହାର ଅବହେଳାରୁ ଏପରି ଭୟଙ୍କର ବିସ୍ଫୋରଣ ଘଟି ଏକାଧିକ ଜୀବନ ଗଲା ଏବଂ ଘଟଣାସ୍ଥଳରେ କେତେଜଣ କର୍ମଚାରୀ ଉପସ୍ଥିତ ଥିଲେ ତାହା ଏଯାଏ ପଦାକୁ ଆସିଲା ନାହିଁ। ଘଟଣା ସମୟର ସମସ୍ତ ତଥ୍ୟ ପେଟ୍ରୋଲ ପମ୍ପରେ ଲାଗିଥିବା ସିସିଟିଭି କ୍ୟାମେରାର ହାର୍ଡଡିସ୍କରେ ରହିଛି। ଏହାର କପି ବରିଷ୍ଠ ପୋଲିସ ଅଧିକାରୀଙ୍କ ପାଖକୁ ପଠାଯାଇଛି। ସାଇଣ୍ଟିଫିକ ଟିମ୍‌ ଓ ଏକ୍ସପ୍ଲୋସିଭ ଡିପାର୍ଟମେଣ୍ଟ ପକ୍ଷରୁ ମିଳିଥିବା ତଥ୍ୟ ଆଧାରରେ କମିଶନରେଟ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା ଦେଉଥିବାରୁ ଏହାକୁ ସହରବାସୀ ସହଜରେ ଗ୍ରହଣ କରୁନାହାନ୍ତି। ତେଣୁ କେତେକ ସଂଗଠନ ଘଟଣାର ସିବିଆଇ ତଦନ୍ତ ଦାବି କରୁଛନ୍ତି। ତେଣୁ ଖାକିରୁ ଦାଗ ହଟାଇବା ପାଇଁ କମିଶନରେଟ ପୋଲିସ ଉକ୍ତ ବିସ୍ଫୋରଣର ସତ୍ୟ ସାମ୍ନାକୁ ଆଣି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?