Posted inଜାତୀୟ

ତେଲ ଭରିବା ସମୟରେ କାର୍‌ରେ ଲାଗିଲା ନିଆଁ, ହିରୋ ସାଜି ଲୋକଙ୍କ ଜୀବନ ବଞ୍ଚାଇଲେ ଏହି ଯୁବକ; ଛୁଟୁଛି ପ୍ରଶଂସାର ସୁଅ

ଭୋପାଳ,୨୧ା୧୦: ମଧ୍ୟପ୍ରଦେଶର ବାଲାଘାଟରେ ଜଣେ ଯୁବକଙ୍କ ଦୁଃସାହସିକ ସାହସ ଯୋଗୁ ଏକ ବଡ଼ ଧରଣର ବିପଦ ଟଳି ଯାଇଛି। ବାଲାଘାଟ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ ତେଲ ଭରୁଥିବା ସମୟରେ ଏକ କାର୍‌ରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା। ଏହା ଦେଖି ଜଣେ ଯୁବକ ଘଟଣାସ୍ଥଳରେ ପହଞ୍ଚି କାର୍‌କୁ ଏକ ଶକ୍ତ ଧକ୍କା ମାରି ପେଟ୍ରୋଲ ପମ୍ପଠାରୁ ଦୂରକୁ ନେଇଯାଇଥିଲେ। ଫଳରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିଲା।
ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କିଛି ୟୁଜର ଲୋକଙ୍କ ଜୀବନ ବଞ୍ଚାଇଥିବା ଯୁବକଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁକେଶ ନାମକ ଏହି ସାହସୀ ଯୁବକ ଜଣକ ନିଜ ଦୋକାନରେ କାମ କରୁଥିଲେ। କାର୍‌ରେ ନିଆଁ ଲାଗିବା ଦେଖି ସେ ଧାଇଁ ଆସିଥିଲେ ପେଟ୍ରୋଲ ପମ୍ପ୍‌ ନିକଟକୁ। ସେଠାରେ ପହଞ୍ଚି କାର୍‌କୁ ଏମିତି ଏକ ଧକ୍କା ଦେଇଥିଲେ ଯେ, କାର୍‌ଟି କିଛି ଦୂରକୁ ଗଡ଼ି ଯାଇଥିଲା। ଫଳରେ ଲୋକେ ବର୍ତ୍ତି ଯାଇଥିଲେ। ଏବେ ଏହି ଯୁବକଙ୍କ ନିକଟକୁ ପ୍ରଶଂସାର ଛୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri