ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଆଖିବୁଜିଲେ ସତ୍ୟ

କଟକ ଅଫିସ, ୮ା୧୦: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସତ୍ୟ ନାୟକ(୩୭)। ତାଙ୍କ ଶରୀରର ୬୦ ପ୍ରତିଶତ ଅଂଶ ପୋଡ଼ିି ଯାଇଥିବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ତାଙ୍କ ଘର ଗଞ୍ଜାମ ଜିଲା ଆସିିକାର ରଘୁନାଥନଗର ଅଞ୍ଚଳରେ ହୋଇଥିବାବେଳେ ସେ ଗ୍ୟାସଟାଙ୍କି କାର୍ଯ୍ୟ ପାଇଁ ଆସିଥିଲେ।
ସେହିପରି ରିପୁ ଦାମନ(୩୨)ଙ୍କ ଶରୀରର ୪୦ ପ୍ରତିଶତ ପୋଡ଼ିଥିବାବେଳେ ଦୁଇଟି ଯାକ ଆଖିରେ ଆଘାତ ଲାଗିଛି। ବାମ ପଟ ଆଖିରେ ଗଭୀର ଆଘାତ ଲାଗିଥିବାବେଳେ ଡାହାଣ ପଟ ଆଖି ନଷ୍ଟ ହୋଇଯାଇଥିବା ଆଶଙ୍କା କରାଯାଉଛି। ସେ ଉକ୍ତ ପେଟ୍ରୋଲ ପମ୍ପର କର୍ମଚାରୀ। ତାଙ୍କ ପରିବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରହନ୍ତି। ପରିବାରବର୍ଗ ଏହି ଖବର ପାଇ ଏଠାରେ ରହୁଥିବା ତାଙ୍କର ଦୂର ସମ୍ପର୍କୀୟା ଅଭୀପସା ସାହୁଙ୍କୁ ପଠାଇ ସ୍ବାସ୍ଥ୍ୟବସ୍ଥା ବିଷୟରେ ବୁଝୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri