ହରତାଳ କରିବେ ପାକିସ୍ତାନୀ ପେଟ୍ରୋଲିୟମ ଡିଲର

ଇସଲାମବାଦ,୨୧।୭: ଅର୍ଥସଙ୍କଟରେ ଯୁଝୁଥିବା ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ସମସ୍ୟାର ସମ୍ମୁଖୀନ ହେଉଛି। ପାକିସ୍ତାନର ପେଟ୍ରୋଲିୟମ ଡିଲରମାନେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ଉପରେ ଅସନ୍ତୁଷ୍ଟ ଥିବା ଜଣାପଡିଛି। ଏନେଇ ସେମାନେ ଶନିବାର ଠାରୁ ଦେଶବ୍ୟାପୀ ଧର୍ମଘଟ କରିବାକୁ ଧମକ ଦେଇଛନ୍ତି। ପାକିସ୍ତାନୀ ପେଟ୍ରୋଲିୟମ ଡିଲର ଆସୋସିଏସନ (ପିପିଡିଏ)ର ଅଧ୍ୟକ୍ଷ ସାମିହୁଲ୍ଲା ଖାନ ସାମ୍ବାଦିକ ସମ୍ମିଳନୀ କରି ଦୁଇଟି ପ୍ରମୁଖ ପେଟ୍ରୋଲିୟମ ଉତ୍ପାଦ ବିକ୍ରିରେ ଲାଭ ହାରକୁ ପାଞ୍ଚ ପ୍ରତିଶତକୁ ବୃଦ୍ଧି କରିବାରେ ସରକାରଙ୍କ ଅସମର୍ଥତାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ରିପୋର୍ଟରେ ଦର୍ଶାଯାଇଛି ଯେ, ବର୍ତ୍ତମାନ ପେଟ୍ରୋଲିୟମ ଡିଲରଙ୍କ ପାଇଁ ମାର୍ଜିନ ଲିଟର ପିଛା ୬ ଟଙ୍କା (୨.୪ ପ୍ରତିଶତ) ଧାର୍ଯ୍ୟ କରାଯାଇଛି। ଯଦି ୫ ପ୍ରତିଶତ ମାର୍ଜିନ ସ୍ଥିର ହୁଏ ତେବେ ଏହା ଲିଟର ପିଛା ୧୨ଟଙ୍କାରୁ ଅଧିକ ହେବ। ପେଟ୍ରୋଲ ଏବଂ ଡିଜେଲର ବର୍ତ୍ତମାନର ମୂଲ୍ୟ ଲିଟର ପିଛା ଯଥାକ୍ରମେ ୨୫୩ ଟଙ୍କା ଏବଂ ୨୫୩.୫୦ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚତର ଶିକ୍ଷା,ଗବେଷଣାକୁ ୟୁଜିସିର ପ୍ରାଧାନ୍ୟ

ଭୁବନେଶ୍ୱର,୬।୫: ରାଜ୍ୟରେ ଉଚ୍ଚତର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ହାସଲ ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପ୍ରାଧାନ୍ୟ ଦେଉଛି, ଏଥିପାଇଁ ପର୍ଯ୍ୟାପ୍ତ ଆର୍ଥିକ...

ଆଇଡିବିଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୬।୫: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ...

କଟକରେ ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ: ଉଦଘାଟନ କରିବେ ରବିନା ଟଣ୍ଡନ, ଅର୍ଚ୍ଚିତା

ଭୁବନେଶ୍ୱର,୬।୫( (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ କଟକର କ୍ୟାଣ୍ଟନମେଣ୍ଟ ଛକଠାରେ ଖୋଲିବାକୁ ଯାଉଛି। ଏପରିକି ଆଜି...

ଏପ୍ରିଲ୍‌ରେ ୫,୪୧,୯୪୬ ୟୁନିଟ ଗାଡ଼ି ବିକ୍ରି

ଭୁବନେଶ୍ୱର,୬।୫: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ର ମାସିକ ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ଆର୍ଥିକ...

ବଜାରରେ ବାଗୀର ନୂତନ ଉତ୍ପାଦ

ଭୁବନେଶ୍ୱର,୬।୫: ବଜାଜ୍‌ ଆଲିଆଞ୍ଜ୍‌ ଜେନେରାଲ ଇନ୍‌ସ୍ୟୁରାନ୍ସ (ବିଏଜିଆଇ ବା ବାଗୀ)ର ନୂତନ ଉତ୍ପାଦ ‘ପ୍ରିଭେ’ର ଅନାବରଣ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀ ଏକ ବର୍ଦ୍ଧିତ ଏବଂ...

ଦେଶରେ ଦୈନିକ ଖୋଲୁଛି ୫୦୦ରୁ ଅଧିକ କମ୍ପାନୀ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଦେଶରେ ଶିଳ୍ପକୁ ପ୍ରୋତ୍ସାହିତ କରିବା ପାଇଁ ଲୋକମାନେ ଚାକିରି ଖୋଜିବା ପରିବର୍ତ୍ତେ କିପରି ନିଯୁକ୍ତି ପ୍ରଦାନ କରିପାରିବେ ସେ ଦିଗ ପ୍ରତି ଗୁରୁତ୍ୱ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri