Posted inଜାତୀୟ

‘ମଦରୁ ନୁହେଁ ପେଟ୍ରୋଲରୁ ଟିକସ୍‌ ହ୍ରାସକଲେ ଶସ୍ତା ହେବ ତେଲ’

ନୂଆଦିଲ୍ଲୀ,୨୮।୪: ବିରୋଧୀ ଦଳ ଶାସିତ ରାଜ୍ୟଗୁଡ଼ିକ ଆମଦାନୀ ମଦ ଉପରୁ ଟିକସ ହ୍ରାସ ନ କରି ପେଟ୍ରୋଲ ଉପରୁ କମାଇଲେ ତେଲ ଶସ୍ତା ହେବ ବୋଲି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ ଗୁରୁବାର କହିଛନ୍ତି। ଭାଜପା ଶାସିତ ରାଜ୍ୟରେ ପେଟ୍ରୋଲ ଲିଟର ପ୍ରତି ୧୪ ଟଙ୍କା ୫୦ରୁ ୧୭ ଟଙ୍କା ୫୦ ପଇସା ଭାଟ୍‌ ଆଦାୟ ହେଉଥିବାବେଳେ ଅନ୍ୟ ଦଳ ଶାସିତ ରାଜ୍ୟରେ ୨୬ରୁ ୩୨ ଟଙ୍କା ସଂଗ୍ରହ କରାଯାଉଛି।

ମହାରାଷ୍ଟ୍ର ସରକାର ପେଟ୍ରୋଲ ଉପରେ ୩୨ ଟଙ୍କା ୧୫ ପଇସା ଭାଟ୍‌ ସଂଗ୍ରହ କରୁଥିବାବେଳେ ରାଜସ୍ଥାନରେ ୨୯ ଟଙ୍କା ୧୦ ପଇସା ନିଆଯାଉଛି। ଅନ୍ୟପକ୍ଷରେ ଭାଜପା ଶାସିତ ଉତ୍ତରାଖଣ୍ଡରେ ଭାଟ୍‌ ୧୪ ଟଙ୍କା ୫୧ ପଇସା ଥିବାବେଳେ ଉତ୍ତରପ୍ରଦେଶରେ ୧୬.୫୦ ରହିଥିବା ହରଦୀପ୍‌ ଟୁଇଟ୍‌ କରିଛନ୍ତି। ହରିୟାଣାରେ ପେଟ୍ରୋଲ ଉପରେ ୧୮% ଏବଂ ଡିଜେଲ ଉପରେ ୧୬% ଭାଟ୍‌ ସଂଗ୍ରହ କରାଯାଉଛି। ବିରୋଧୀ ଦଳଗୁଡ଼ିକ କେବଳ ପ୍ରତିବାଦ ଓ ସମାଲୋଚନା କରିବା ବ୍ୟତୀତ ଲୋକଙ୍କ ସୁବିଧା ପାଇଁ କିଛି କରୁ ନ ଥିବା ପେଟ୍ରୋଲିୟମ ମନ୍ତ୍ରୀ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଭର୍ଚୁଆଲ ବୈଠକରେ ବିରୋଧୀ ଶାସିତ ରାଜ୍ୟଗୁଡ଼ିକରେ ତୈଳ ଦର ଅଧିକ ଥିବାରୁ ଭାଟ୍‌ କମାଇବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri