Posted inଖେଳ

ଓଡ଼ିଶା ଏଫ୍‌ସି ଛାଡ଼ିଲେ ପେଟନ

ଭୁବନେଶ୍ୱର, ୨୦।୨(କ୍ରୀଡ଼ା ପ୍ରତିନିଧି)-
ଅନ୍ତରିଣ କୋଚ୍‌ ଗେରାଲ୍ଡ ପେଟନ ବ୍ୟକ୍ତିଗତ କାରଣ ଦର୍ଶାଇ ଓଡ଼ିଶା ଏଫ୍‌ସି ଛାଡ଼ିଛନ୍ତି। ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ର ଗୋଆ ବିପକ୍ଷ ମ୍ୟାଚପରେ ସେ ସ୍ବଦେଶ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଚଳିତ ଲିଗ୍‌ରେ ଓଡ଼ିଶା ଏଫ୍‌ସିର ଶେଷ ୨ଟି ମ୍ୟାଚପାଇଁ ସେ ଉପଲବ୍ଧ ହେବେନାହିଁ। ପେନଟଙ୍କ ଅନୁପସ୍ଥିତିରେ କୋଚ୍‌ ଷ୍ଟିଭେନ ଡିଆସଙ୍କୁ ଅନ୍ତରିଣ ମୁଖ୍ୟ କୋଚ୍‌ ନିଯୁକ୍ତ କରାଯାଇଛି। ଓଡ଼ିଶା ଏଫ୍‌ସି ଏହାର ଶେଷ ୨ଟି ଲିଗ୍‌ ମ୍ୟାଚ ମୁମ୍ବାଇ ସିଟି ଏଫ୍‌ସି ଓ ଇଷ୍ଟବେଙ୍ଗଲ ବିପକ୍ଷରେ ଖେଳିବ। ”ବ୍ୟକ୍ତିଗତ ପାରିବାରିକ କାରଣରୁ ମୋତେ ଜାପାନ ଫେରିଯିବାକୁ ପଡ଼ୁଛି। ଓଡ଼ିଶା ଏଫ୍‌ସି ସହିତ ଭାରତରେ କୋଚିଂ ଜୀବନକୁ ମୁଁ ଭଲଭାବେ ଉପଭୋଗ କରିଛି। କରୋନା ମହାମାରୀ ସମୟରେ ଓଡ଼ିଶା ପ୍ରଶଂସକଙ୍କ ଧୈର୍ଯ୍ୟ ଓ ସମର୍ଥନକୁ ଧନ୍ୟବାଦ ଦେବାକୁ ପଡ଼ିବ। ଭବିଷ୍ୟତରେ ମୁଁ ଭାରତ ଫେରି କୋଭିଡ-୧୯ ବିହୀନ ସାଧାରଣ ଜୀବନ ଅତିବାହିତ କରିବାକୁ ପସନ୍ଦ କରିବି“ ବୋଲି ପେଟନ ପ୍ରକାଶ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଚଳିତ ସିଜନରେ ଓଡ଼ିଶା ଏଫ୍‌ସିର ପ୍ରଦର୍ଶନ ସବୁଠାରୁ ଖରାପ ରହିଛି। ଦଳ ୧୮ଟି ମ୍ୟାଚ ଖେଳି ସାରିଥିବାବେଳେ ମାତ୍ର ଥରେ ବିଜୟ ସ୍ବାଦ ଚାଖିଛି। ୧୧ଟି ମ୍ୟାଚ ହାରିଥିବାବେଳେ ୬ ମ୍ୟାଚରେ ପଏଣ୍ଟ ଭାଗ କରିଛି। ଏଥିପାଇଁ ମୁଖ୍ୟ କୋଚ୍‌ ଷ୍ଟୁଆର୍ଟ ବକ୍ସଟରଙ୍କୁ ସିଜନ ମଝିରୁ ବିଦା କରାଯାଇ ପେଟନଙ୍କୁ ଅନ୍ତରିଣ କୋଚ୍‌ ନିଯୁକ୍ତ କରାଯାଇଥିଲା। ଏବେ ପେଟନଙ୍କ ସ୍ଥାନରେ ଡିଆସଙ୍କୁ ଏହି ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri