ଫାଇଜର କୋଭିଡ୍‌ ଟିକା ୯୦% ପ୍ରଭାବୀ

ନୂଆଦିଲ୍ଲୀ, ୧୦।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ଜର୍ମାନ ସହଯୋଗୀ ବାୟୋଏନ୍‌ଟେକ୍‌ ମିଳିତ ଭାବେ ପ୍ରସ୍ତୁତ କରିଥିବା କୋଭିଡ୍‌-୧୯ ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ ୯୦ ପ୍ରତିଶତରୁ ଅଧିକ ପ୍ରଭାବ ପକାଉଥିବା ସାବ୍ୟସ୍ତ ହୋଇଛି। ସୋମବାର ଫାଇଜର ପକ୍ଷରୁ ଏହା ଘୋଷଣା କରାଯାଇଛି। ପ୍ରାରମ୍ଭିକ ତଥ୍ୟ ଅନୁଯାୟୀ କରୋନା ରୋଗୀଙ୍କଠାରେ ପ୍ରଥମ ଡୋଜ୍‌ ଟିକା ଦିଆଯିବାର ୨୮ ଦିନ ଏବଂ ଦ୍ୱିତୀୟ ଡୋଜ୍‌ର ୭ ଦିନ ପରେ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଥାଏ। ତୃତୀୟ ପର୍ଯ୍ୟାୟ ପରୀକ୍ଷାର ପ୍ରଥମ ଫଳାଫଳରୁ ତାହା ଜଣାପଡ଼ିଥିବା ଫାଇଜର୍‌ର ଅଧ୍ୟକ୍ଷ ତଥା ସିଇଓ ଆଲବର୍ଟ ବୋର୍ଲା କହିଛନ୍ତି। ବିଶ୍ୱରେ ଦେଖାଦେଇଥିବା ସ୍ବାସ୍ଥ୍ୟ ସଙ୍କଟ ଦୂର ଲାଗି ଟିକା ଆଣିବାରେ ଆମେ ସଫଳତାର ନିକଟବର୍ତ୍ତୀ ହୋଇଛୁ ବୋଲି ସେ ଦାବି କରିଛନ୍ତି। ଯେତେବେଳେ ସମଗ୍ର ପୃଥିବୀ ସ୍ବାସ୍ଥ୍ୟଜନିତ ସମସ୍ୟାରେ ପଡ଼ିଛି, ସେତେବେଳେ ଆମର ପ୍ରୟାସ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ପ୍ରତିଷ୍ଠା କରିବା ଦିଗରେ ଅଗ୍ରସର ହୋଇଛି। ଚାରିଆଡ଼େ କୋଭିଡ୍‌-୧୯ ସଂକ୍ରମଣ ହାର ରେକର୍ଡ ଛୁଇଁବା ସହ ଡାକ୍ତରଖାନାଗୁଡ଼ିକର ଆଇସିୟୁ ରୋଗୀଙ୍କ ଦ୍ୱାରା ଭର୍ତ୍ତି ହେବା ଓ ମୃତ୍ୟୁ ହାର ବୃଦ୍ଧି ପାଇବାରେ ଲାଗିଛି। ତେଣୁ କମ୍ପାନୀ ଚଳିତ ବର୍ଷ ଶେଷ ସୁଦ୍ଧା ୫ କୋଟି ଏବଂ ୨୦୨୧ ବେଳକୁ ୧୩୦ କୋଟି ଡୋଜ୍‌ ଟିକା ଯୋଗାଇଦେବା ଲାଗି ଆଶା ରଖିଛି।
ଆମେରିକାର ବାୟୋଟେକ୍‌ ଫାର୍ମ ମଡର୍ନା, ଚାଇନାର କେତେକ ସରକାରୀ ପରୀକ୍ଷାଗାର, ୟୁରୋପର ଅକ୍ସଫୋର୍ଡ ୟୁନିଭର୍ସିଟି ଓ ଆଷ୍ଟ୍ରାଜେନେକା ସଫଳ ଟିକା ବାହାର କରିବା ପାଇଁ ଜୋର୍‌ଦାର ପ୍ରସ୍ତୁତି ଚଳାଇଛନ୍ତି। ରୁଷିଆର ଦୁଇଟି ଟିକା କ୍ଲିନିକାଲ ପରୀକ୍ଷା ଶେଷ ହେବା ପୂର୍ବରୁ ବ୍ୟବହାର ଲାଗି ପଞ୍ଜୀକୃତ ହୋଇଥିଲେ ହେଁ ତାହା ଦେଶ ବାହାରେ ବିଶେଷ ଆଦୃତ ହୋଇନାହିଁ। ବିଏନ୍‌ଟି୧୬୨ବି୨ ଟିକା ଚୂଡାନ୍ତ ପର୍ଯ୍ୟାୟ ପରୀକ୍ଷା ଜୁଲାଇ ଶେଷ ଭାଗରେ ଆରମ୍ଭ ହୋଇଥିଲା। ସେଥିରେ ଭାଗନେବାକୁ ୪୩,୫୩୮ ଜଣ ପଞ୍ଜୀକୃତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯୦ ପ୍ରତିଶତ ନଭେମ୍ବର ୮ ସୁଦ୍ଧା ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ଚୂଡ଼ାନ୍ତ ଡୋଜ୍‌ ପରେ ଫାଇଜର ଦୁଇମାସର ସୁରକ୍ଷାଜନିତ ତଥ୍ୟ ସଂଗ୍ରହ କରିଛି। ଆମେରିକାର ଫୁଡ୍‌ ଆଣ୍ଡ ଡ୍ରଗ୍‌ ଆଡମିନିଷ୍ଟ୍ରେଶନର ଆବଶ୍ୟକତା ଅନୁଯାୟୀ ଏହି ଟିକା ସମସ୍ତ ନିୟମ ପୂରଣ କରିପାରିଲେ ନଭେମ୍ବର ତୃତୀୟ ସପ୍ତାହ ସୁଦ୍ଧା ବଜାରରେ ଏହା ଉପଲବ୍ଧ ହୋଇପାରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri