ପିଲାଙ୍କ ପାଇଁ ଫାଇଜର ୯୦.୭% ଫଳପ୍ରଦ

ଓ୍ବାଶିଂଟନ୍‌, ୨୪ା୧୦: ୫ରୁ ୧୧ ବର୍ଷର ପିଲାଙ୍କ ପାଇଁ ଫାଇଜର କରୋନା ଟିକା ୯୦.୭ ପ୍ରତିଶତ ପ୍ରଭାବଶାଳୀ ବୋଲି ଫାଇଜର ଏବଂ ବାୟୋଏନ୍‌ଟେକ୍‌ ପକ୍ଷରୁ ଦାବି କରାଯାଇଛି। ଆସନ୍ତା ୨୬ରେ ଫୁଡ୍‌ ଆଣ୍ଡ୍‌ ଡ୍ରଗ୍‌ ଆଡମିନିଷ୍ଟ୍ରେଶନ(ଏଫ୍‌ଡିଏ)ର ବୈଠକ ଥିବାବେଳେ ଏହା ପୂର୍ବରୁ ଏକ ଡକ୍ୟୁମେଣ୍ଟର ତଥ୍ୟକୁ କମ୍ପାନୀ ପ୍ରକାଶ କରିଛି। ଉକ୍ତ ବୟସ ବର୍ଗର ପିଲାଙ୍କ ନିମନ୍ତେ ଟିକାର ଜରୁରୀ ବ୍ୟବହାରକୁ ମଞ୍ଜୁରୀ ନିମନ୍ତେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଆବେଦନ କରୁଛନ୍ତି। ୩ ସପ୍ତାହ ବ୍ୟବଧାନରେ ଏହାର ଦୁଇଟି ଡୋଜ୍‌ ଦିଆଯିବ। ତଥ୍ୟରୁ ଜଣାପଡ଼ିଛି, ପ୍ରାରମ୍ଭିକ ପର୍ଯ୍ୟାୟରେ ୫ରୁ ୧୧ ବର୍ଷର ପିଲାଙ୍କଠାରେ ଏହି ଟିକା କୋଭିଡ୍‌ ବିରୋଧରେ ସୁରକ୍ଷା ଦେବାରେ ସକ୍ଷମ ହୋଇଛି। ଆସନ୍ତା ୨୬ରେ ହେବାକୁ ଥିବା ଏଫ୍‌ଡିଏ ବୈଠକରେ ମଞ୍ଜୁରୀ ମିଳିଲେ ଶିଶୁଙ୍କ ପାଇଁ ଏହା ପ୍ରଥମ କରୋନା ଟିକା ହେବ। ଏବେ ୧୬ରୁ ଅଧିକ ବର୍ଷ ବୟସର ପିଲାଙ୍କ ପାଇଁ ଫାଇଜର-ବାୟୋଏନ୍‌ଟେକ୍‌ ଭାକ୍ସିନକୁ ସମ୍ପୂର୍ଣ୍ଣ ଭାବେ ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri