ଖୁସି ଖବର: ବ୍ରିଟେନରେ ଦେଖାଦେଇଥିବା କରୋନା ନୂଆ ଷ୍ଟ୍ରେନ୍‌ରେ ବି କାମ କରିବ ଫାଇଜର ଟିକା

ଲଣ୍ଡନ,୮ ।୧: କରୋନା ଭ୍ୟାକ୍ସିନ ଓ ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶ୍ୱସ୍ତି ଦେଲାଭଳି ଏକ ଖବର ସାମ୍ନାକୁ ଆସିଛି । କରୋନା ଟିକା ପ୍ରସ୍ତୁତକାରୀ କମ୍ପାନୀ ଫାଇଜର କହିଛି ସେ ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ ବ୍ରିଟେନ ଓ ଦକ୍ଷିଣ ଆଫ୍ରିକାରେ ଦେଖା ଦେଇଥିବା କରୋନା ନୂଆ ଷ୍ଟ୍ରେନ୍ ଉପରେ ବି କାମ କରିବ । ଟେକ୍ସାସ ମେଡିକାଲ ବ୍ରାଞ୍ଚର ବୈଜ୍ଞାନିକ କହିଛନ୍ତି ଫାଇଜର କୋଭିଡ-୧୯ ଭ୍ୟାକ୍ସିନ ନୂଆ ଷ୍ଟ୍ରେନ ଉପରେ କାମ କରିବ । ଅତ୍ୟଧିକ ସଂକ୍ରମଣ ହେତୁ ଭାଇରସର ମ୍ୟୁଟେସନ ଦାୟୀ ହେବ । ତେବେ ବିଶେଷଜ୍ଞଙ୍କ ପକ୍ଷରୁ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି କି ଫାଇଜର ଭ୍ୟାକ୍ସିନ କରୋନା ନୂଆ ଷ୍ଟ୍ରେନ୍ ଉପରେ ପ୍ରଭାବ ପକାଇବ । ଭ୍ୟାକ୍ସିନ ନେଇଥିବା ଲୋକଙ୍କ ରକ୍ତ ପରୀକ୍ଷା କରାଯାଇ ଏଭଳି ତଥ୍ୟ ମିଳିଥିବା କୁହାଯାଏ । ଜଣାପଡିଛି ଯେ କରୋନାର ନୂଆ ଷ୍ଟ୍ରେନରେ ୧୭ ପ୍ରକାର ପରିବର୍ତ୍ତନ ହୋଇଛି । ଏହାକୁ ଏଇଥିପାଇଁ ମାରାତ୍ମକ ବୋଲି କୁହାଯାଉଛି କାରଣ ଏହାର ୮ଟି ରୂପ ଜିନରେ ପ୍ରୋଟିନ ବୃଦ୍ଧି କରୁଛି ଯେଉଁଥିରୁ ୨ଟି ସବୁଠାରୁ ମାରାତ୍ମକ । ପ୍ରଥମ ନୂଆ ଷ୍ଟ୍ରେନର N501Y ରୂପ ଯାହା ଶରୀରର ସେଲ୍ ଉପରେ ପ୍ରଭାବ ପକାଉଛି, ଆଉ ଦ୍ୱିତୀୟ H69/V70 ରୂପ ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ଉପରେ ପ୍ରଭାବ ପକାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri