ପିଏଫ୍‌ଏଲ୍‌ର ବ୍ୟବସାୟିକ ଅଭିବୃଦ୍ଧି ୨୬%

ନୂଆଦିଲ୍ଲୀ,୮।୨: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ତଥା ପତଞ୍ଜଳି ଗ୍ରୁପ୍‌ର ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍‌ ପତଞ୍ଜଳି ଫୁଡ୍‌ସ ଲିମିଟେଡ୍‌ (ପିଏଫ୍‌ଏଲ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ (ଅକ୍ଟୋବରରୁ ଡିସେମ୍ବର) ଅବଧିର ଶେଷ ସୁଦ୍ଧା କମ୍ପାନୀର ବ୍ୟବସାୟିକ ଅଭିବୃଦ୍ଧି ୨୬.୩୮% ହୋଇଥିବା ପିଏଫ୍‌ଏଲ୍‌ ପକ୍ଷରୁ କୁହାଯାଇଛି। ବିଶେଷକରି କମ୍ପାନୀ ୩ୟ ତ୍ରୈମାସ ମଧ୍ୟରେ ମୋଟ ୭୯୬୩.୭୫ କୋଟି ଟଙ୍କା ଆୟ କରିଥିବା ବେଳେ ଗତ ଆର୍ଥିକ ବର୍ଷର ସମାନ ଅବଧିରେ କମ୍ପାନୀର ଆୟ ୬୩୦୧.୧୯ କୋଟି ରହିଥିଲା। ଫଳରେ କମ୍ପାନୀ ଗତ ଆର୍ଥିକ ବର୍ଷର ସମାନ ଅବଧିର ଆୟ ତୁଳନାରେ ଚଳିତ ଆର୍ଥିକ ବର୍ଷର ଆୟରେ ୨୬.୩୮% ବୃଦ୍ଧି ଘଟାଇଛି। ସେହିଭଳି କମ୍ପାନୀର ଟିକସ ପରବର୍ତ୍ତୀ ଲାଭ (ପିଏଟି) ମଧ୍ୟ ଏକ ଦୃଢ଼ ଅଭିବୃଦ୍ଧି ସହ ୧୩୯.୭୩% ବୃଦ୍ଧି ପାଇଛି। ଏପରିକି ବର୍ଷକୁ ବର୍ଷ ଭିତ୍ତିରେ ପରିମାଣ ପ୍ରାୟ ୧୫% (୧୪.୯୬%) ବୃଦ୍ଧି ସହ ପଞ୍ଜୀକରଣ କରି ପ୍ରାୟ ୨୬୯.୧୮% ଆୟ କରିଥିବା ପିଏଫ୍‌ଏଲ୍‌ ପକ୍ଷରୁ ବିସ୍ତୃତ ମତ ପ୍ରକାଶ କରାଯାଇଛି। ଅପରପକ୍ଷରେ କମ୍ପାନୀ ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ମୋଟ ଭାବରେ ୨୩,୮୫୮.୫୦ କୋଟି ଟଙ୍କାର ଆୟ କରିଛି। ଏପରିକି ଗତ ବର୍ଷ କମ୍ପାନୀ ମୋଟ ୬୨୩ (୬୨୨.୭୩) କୋଟି ଟଙ୍କାର ଆୟ କରିଥିବା ବେଳେ ଯଥାକ୍ରମେ ୩୫.୫୦% ଏବଂ ୮.୮୯% ରହିଥିଲା।
ଏ ସମ୍ପର୍କରେ ପିଏଫ୍‌ଏଲ୍‌ର ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ ଭାରତରେ କମ୍ପାନୀ ଏକ ପ୍ରକାର ବୃହତ୍‌ ମାର୍କେଟ ଲିଡର ହେବା ସହ ସର୍ବାଧିକ ଉତ୍ପାଦ ଯୋଗାଣକାରୀ ଏବଂ ଉତ୍ପାଦନକାରୀ ଭାବେ ବେଶ୍‌ ପରିଚିତ। ନିକଟରେ କମ୍ପାନୀ ବିଭିନ୍ନ ରାଜ୍ୟର ସରକାରଙ୍କ ସହ ଏମ୍‌ଓୟୁ କରିଥିବା ବେଳେ ଆଗାମୀ ଦିନରେ ମଧ୍ୟ ଅନେକ ରାଜ୍ୟରେ କୃଷିର ବିକାଶ ଓ ଉତ୍ପାଦନ ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ସୂଚନାଯୋଗ୍ୟ, ପତଞ୍ଜଳି ଫୁଡ୍‌ ଲିମିଟେଡ୍‌ ପୂର୍ବରୁ ରୁଚି ସୋୟା ଇଣ୍ଡଷ୍ଟ୍ରିଜ୍‌ ଭାବେ ଜଣାଶୁଣା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri