ପିଜି ନାମଲେଖା: ଆଜି ପ୍ରଥମ ମେଧାତାଲିକା

ଭୁବନେଶ୍ୱର,୨୦।୮(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ବା ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୨୧ତାରିଖ ପୂର୍ବାହ୍ନ ୧୦ଟାରୁ ୨୪ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇବେ। ୩୧ତାରିଖ ଅପରାହ୍ନ ୪ଟାରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ରମାନେ ସେପ୍ଟେମ୍ବର ୨ତାରିଖ ପୂର୍ବାହ୍ନ ୧୦ଟାରୁ ୪ତାରିଖ ସନ୍ଧ୍ୟା ୫ଟା ଭିତରେ ନାମ ଲେଖାଇବାକୁ ପଡ଼ିବ। ସେପ୍ଟେମ୍ବର ୧୦ତାରିଖ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୧୧ତାରିଖ ପୂର୍ବାହ୍ନ ୧୦ଟାରୁ ୧୩ତାରିଖ ସନ୍ଧ୍ୟା ୫ଟା ଭିତରେ ନାମ ଲେଖାଇବେ। ସେପ୍ଟେମ୍ବର ୨୪ ଅପରାହ୍ନ ୨ଟାରେ ବଳକା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମେଧା ତାଲିକା ଶିକ୍ଷାନୁଷ୍ଠାନଗଡ଼ିକର ଇ-ସ୍ପେସ୍‌ରେ ପ୍ରକାଶ ପାଇବ। ଶିକ୍ଷାନୁଷ୍ଠାନଗୁଡ଼ିକ ମନୋନୀତ ହେଇଥିବା ଛାତ୍ରୀଛାତ୍ର ନାମ ନିଜ ଶିକ୍ଷାନୁଷ୍ଠାନର ନୋଟିସ ବୋର୍ଡ, ଓ୍ବେବ୍‌ସାଇଟ୍‌ରେ ପ୍ରକାଶ କରିବେ। ଏଥିସହିତ ସେହି ଛାତ୍ରୀଛାତ୍ରଙ୍କୁ ଫୋନ କଲ୍‌/ଏସ୍‌ଏମ୍‌ଏସ୍‌/ହ୍ବାଟ୍‌ସ ଆପ୍‌ ଜରିଆରେ ମଧ୍ୟ ଜଣାଇବେ। ମନୋନୀତ ଛାତ୍ରୀଛାତ୍ରମାନେ ସେପ୍ଟେମ୍ବର ୨୬ ପୂର୍ବାହ୍ନ ୧୦ଟାରୁ ୨୮ତାରିଖ ସନ୍ଧ୍ୟା ୫ଟା ଭିତରେ ନାମ ଲେଖାଇବେ। ତେବେ ସେପ୍ଟେମ୍ବର ୧୮ରେ ପିଜି ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?