ପିଜି ନାମଲେଖା ଘୁଞ୍ଚିଲା

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବାବେଳେ ଆସନ୍ତା ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇଥାନ୍ତା। କିନ୍ତୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହାକୁ ଘୁଞ୍ଚାଇ ଦିଆଯାଇଥିବାରୁ ନାମଲେଖା ତାରିଖ ସହ ଅନ୍ୟାନ୍ୟ ପ୍ରକ୍ରିୟା ମଧ୍ୟ ବଦଳିଛି। ରାଜ୍ୟର ୭୩ଟି ଅନୁଷ୍ଠାନର ବିଭିନ୍ନ ବିଭାଗରେ ପିଜି କୋର୍ସ କରିବାକୁ ମୋଟ ୫୭,୨୯୭ଜଣ ଛାତ୍ରୀଛାତ୍ର ଚଳିତବର୍ଷ ପ୍ରବେଶିକା ପରୀକ୍ଷା ଦେଇଥିଲେ। ଶୁକ୍ରବାର ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ସେପ୍ଟେମ୍ବର ୫ରେ ମେଧା ତାଲିକ ପ୍ରକାଶ ପାଇବ। ୧୫ ତାରିଖ ଅପରାହ୍ନ ୪ଟାରେ ସିଟ୍‌ ଆଲଟମେଣ୍ଟ ହେବ। ୧୬ ଓ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ପୂର୍ବରୁ ଏହା ୬ ଓ ୭ ତାରିଖରେ ହେବାର ଥିଲା। ୧୯ ତାରିଖ ଅପରାହ୍ନ ୩ଟା ସୁଦ୍ଧା ପିଲାମାନେ ସ୍ଲାଇଡ୍‌ଅପ୍‌ କରିପାରିବେ। ସେହିପରି ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ୨୪ ଓ ୨୫ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇବେ। ୨୯ ତାରିଖରେ ବଳକା ସିଟ୍‌ ତାଲିକା ପ୍ରକାଶ ପାଇବ। ଅକ୍ଟୋବର ୧୦ରେ ସ୍ପଟ୍‌ ନାମଲେଖା ଲାଗି ମେଧା ତାଲିକା ପ୍ରକାଶ ପାଇବ। ୧୧ ତାରିଖ ଅପରାହ୍ନ ୨ଟା ସୁଦ୍ଧା ଚୟନ ହୋଇଥିବା ଛାତ୍ରୀଛାତ୍ର ନାମ ଲେଖାଇବେ। ସ୍ପଟ୍‌ ନାମଲେଖା ପରେ ଯଦି ସିଟ୍‌ ପୂରଣ ନ ହୁଏ ତେବେ ୧୪ ତାରିଖ ଦିନ ଅପରାହ୍ନ ୧୨ଟାରେ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇବ। ୧୫ରୁ ୧୭ ତାରିଖ ମଧ୍ୟରେ ଉକ୍ତ ପର୍ଯ୍ୟାୟର ନାମଲେଖା ଅନୁଷ୍ଠିତ ହେବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri