କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍‌ଇଆର୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍‌ଇଆର୍‌)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍‌ଇଆର୍‌ ଆଣ୍ଡ୍‌ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ ତଥା ରାଜଧାନୀବାସୀଙ୍କୁ ଗୁଣାତ୍ମକ ମେଡିକାଲ ଶିକ୍ଷା ଓ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବାରେ ଏହି ପ୍ରତିଷ୍ଠାନ ପ୍ରମୁଖ ଭୂମିକା ଗ୍ରହଣ କରିବ। ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ ଏଠାରେ ପ୍ରଥମ ବ୍ୟାଚ୍‌ ପିଜି ପାଠ୍ୟକ୍ରମ ଆରମ୍ଭ ହୋଇଛି। ମୋଟ ୧୫ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ଅନୁମତି ମିଳିଛି। ସେଗୁଡ଼ିକ ହେଲା ଜେନେରାଲ ସର୍ଜରି, ମେଡିସିନ, ଅସ୍ଥିଶଲ୍ୟ, ସ୍ତ୍ରୀ ଓ ପ୍ରସୂତି, ଶ୍ୱାସରୋଗ ଏବଂ ଶିଶୁରୋଗ ବିଭାଗ। ଏହି ୬ଟି ବିଭାଗରେ ମୋଟ ୨୪ଟି ସିଟ୍‌ ରହିଛି। ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରି ବିଭାଗକୁ ୫ଟି ଲେଖାଏ ସିଟ୍‌, ଅସ୍ଥିଶଲ୍ୟ ବିଭାଗରେ ୨ଟି, ଶିଶୁରୋଗ ବିଭାଗରେ ୪ଟି ଓ ଶ୍ୱାସରୋଗ ବିଭାଗରେ ୩ଟି ସିଟ୍‌ରେ ପିଜି ପାଠ୍ୟକ୍ରମ ଖୋଲିଛି। ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କର୍ମଚାରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି। ୨୮୪କୋଟି ଟଙ୍କା ବ୍ୟୟରେ ଏକ ନୂତନ ଏକାଡେମିକ ବ୍ଲକ୍‌ କାମ ମଧ୍ୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ପ୍ରତିଷ୍ଠାନର କେତେଜଣ ଛାତ୍ରୀଛାତ୍ରଙ୍କ ସହ କଥା ହୋଇଥିଲେ। ଏଠାରେ ନାମ ଲେଖାଇଥିବା ଉତ୍ତରପ୍ରଦେଶ, କେରଳ ଓ ସିକିମ୍‌ର ଛାତ୍ରୀଛାତ୍ରମାନେ ଏଠାରେ ଥିବା ସୁବିଧାସୁଯୋଗକୁ ନେଇ ଖୁସିବ୍ୟକ୍ତ କରିଥିଲେ। ଏଥିସହ ରାଜ୍ୟରେ ଉପଲବ୍ଧ ଉନ୍ନତ ଚିକିତ୍ସା ସେବାକୁ ମଧ୍ୟ ସେମାନେ ପ୍ରଶଂସା କରିଥିଲେ। ‘୫-ଟି’କୁ ଅନୁସରଣ କରି ଜନସେବାରେ ନିଜକୁ ଉତ୍ସର୍ଗ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ କମିଶନର ତଥା ସଚିବ ଶାଳିନୀ ପଣ୍ଡିତ ଏହି ଅନୁଷ୍ଠାନରେ ଥିବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ପିଜିଆଇଏମ୍‌ଇଆର୍‌ର ନିର୍ଦ୍ଦେଶକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri