କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପିଜିଆଇଏମ୍‌ଇଆର୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ନାତକୋତ୍ତର ମେଡିକାଲ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ପିଜିଆଇଏମ୍‌ଇଆର୍‌)। ଏଥିସହ ହସ୍ପିଟାଲର ନାମ ପିଜିଆଇଏମ୍‌ଇଆର୍‌ ଆଣ୍ଡ୍‌ କ୍ୟାପିଟାଲ ହସ୍ପିଟାଲ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ ତଥା ରାଜଧାନୀବାସୀଙ୍କୁ ଗୁଣାତ୍ମକ ମେଡିକାଲ ଶିକ୍ଷା ଓ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବାରେ ଏହି ପ୍ରତିଷ୍ଠାନ ପ୍ରମୁଖ ଭୂମିକା ଗ୍ରହଣ କରିବ। ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ ଏଠାରେ ପ୍ରଥମ ବ୍ୟାଚ୍‌ ପିଜି ପାଠ୍ୟକ୍ରମ ଆରମ୍ଭ ହୋଇଛି। ମୋଟ ୧୫ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ଅନୁମତି ମିଳିଛି। ସେଗୁଡ଼ିକ ହେଲା ଜେନେରାଲ ସର୍ଜରି, ମେଡିସିନ, ଅସ୍ଥିଶଲ୍ୟ, ସ୍ତ୍ରୀ ଓ ପ୍ରସୂତି, ଶ୍ୱାସରୋଗ ଏବଂ ଶିଶୁରୋଗ ବିଭାଗ। ଏହି ୬ଟି ବିଭାଗରେ ମୋଟ ୨୪ଟି ସିଟ୍‌ ରହିଛି। ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରି ବିଭାଗକୁ ୫ଟି ଲେଖାଏ ସିଟ୍‌, ଅସ୍ଥିଶଲ୍ୟ ବିଭାଗରେ ୨ଟି, ଶିଶୁରୋଗ ବିଭାଗରେ ୪ଟି ଓ ଶ୍ୱାସରୋଗ ବିଭାଗରେ ୩ଟି ସିଟ୍‌ରେ ପିଜି ପାଠ୍ୟକ୍ରମ ଖୋଲିଛି। ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କର୍ମଚାରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି। ୨୮୪କୋଟି ଟଙ୍କା ବ୍ୟୟରେ ଏକ ନୂତନ ଏକାଡେମିକ ବ୍ଲକ୍‌ କାମ ମଧ୍ୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ପ୍ରତିଷ୍ଠାନର କେତେଜଣ ଛାତ୍ରୀଛାତ୍ରଙ୍କ ସହ କଥା ହୋଇଥିଲେ। ଏଠାରେ ନାମ ଲେଖାଇଥିବା ଉତ୍ତରପ୍ରଦେଶ, କେରଳ ଓ ସିକିମ୍‌ର ଛାତ୍ରୀଛାତ୍ରମାନେ ଏଠାରେ ଥିବା ସୁବିଧାସୁଯୋଗକୁ ନେଇ ଖୁସିବ୍ୟକ୍ତ କରିଥିଲେ। ଏଥିସହ ରାଜ୍ୟରେ ଉପଲବ୍ଧ ଉନ୍ନତ ଚିକିତ୍ସା ସେବାକୁ ମଧ୍ୟ ସେମାନେ ପ୍ରଶଂସା କରିଥିଲେ। ‘୫-ଟି’କୁ ଅନୁସରଣ କରି ଜନସେବାରେ ନିଜକୁ ଉତ୍ସର୍ଗ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ କମିଶନର ତଥା ସଚିବ ଶାଳିନୀ ପଣ୍ଡିତ ଏହି ଅନୁଷ୍ଠାନରେ ଥିବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ପିଜିଆଇଏମ୍‌ଇଆର୍‌ର ନିର୍ଦ୍ଦେଶକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?