ଜୁଲାଇ ୩ରେ ପିଜିଟି ନିଯୁକ୍ତି ପରୀକ୍ଷା

କଟକ ଅଫିସ,୨୧ା୬:ବିଜ୍ଞାନ ପାଠ୍ୟକ୍ରମର ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ନିଯୁକ୍ତି ପରୀକ୍ଷା ଆସନ୍ତା ଜୁଲାଇ ୩ରେ ଅନୁଷ୍ଠିତ ହେବ। ଏନେଇ ସୋମବାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେବଳ କଟକ ଜୋନ୍‌ର ୬ଟି କେନ୍ଦ୍ରରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ୩ ପର୍ଯ୍ୟାୟରେ ଉକ୍ତ କେନ୍ଦ୍ରଗୁଡ଼ିକରେ ମୋଟ ୩,୧୩୬ ଜଣ ଆଶାୟୀ ପରୀକ୍ଷା ଦେବେ। ପ୍ରଥମ ପର୍ଯ୍ୟାୟରେ ପୂର୍ବାହ୍ନ ୯ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ବାଧ୍ୟତାମୂଳକ ବିଷୟର ପରୀକ୍ଷା ଅନୁଷ୍ଠିତ ହେବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟରେ ପୂର୍ବାହ୍ନ ୧୧ଟା ୩୦ରୁ ଅପରାହ୍ନ ୧ଟା ୩୦ ପର୍ଯ୍ୟନ୍ତ ଇଚ୍ଛାଧୀନ ବିଷୟର ପରୀକ୍ଷା ହେବ। ତୃତୀୟ ପର୍ଯ୍ୟାୟରେ ଅପରାହ୍ନ ୨ଟା ୩୦ରୁ ୪ଟା ୩୦ ପର୍ଯ୍ୟନ୍ତ କେବଳ ଓଡ଼ିଆ ବିଷୟରେ ପରୀକ୍ଷା କରାଯିବ ବୋଲି ଓପିଏସ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କଟକ ସହରରେ ପରୀକ୍ଷାର୍ଥୀଙ୍କ ଲାଗି ୬ ସ୍ଥାନରେ ପରୀକ୍ଷା କେନ୍ଦ୍ର ବ୍ୟବସ୍ଥା ରହିଛି। ତୁଳସୀପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ୪୮୦, ସିଡିଏ ସେକ୍ଟର-୬ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ନର୍ଥ ବ୍ଲକରେ ୪୩୨ ଏବଂ ସାଉଥ୍‌ ବ୍ଲକରେ ୪୩୨, ଅଜୟ ବିନୟ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଏବିଆଇଟି) ପରୀକ୍ଷାକେନ୍ଦ୍ରରେ ୪୮୦, କଲେଜ ଛକସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୪୪୯, ଷ୍ଟିୱାର୍ଟ ବିଜ୍ଞାନ ମହାବିଦ୍ୟାଳୟରେ ୩୮୩ ଏବଂ ଭୁବନାନନ୍ଦ ଓଡ଼ିଶା ଯାନ୍ତ୍ରିକ ବିଦ୍ୟାଳୟ (ବୋସ) ପରୀକ୍ଷା କେନ୍ଦ୍ରରେ ୪୮୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri