ଜୁଲାଇ ୩ରେ ପିଜିଟି ନିଯୁକ୍ତି ପରୀକ୍ଷା

କଟକ ଅଫିସ,୨୧ା୬:ବିଜ୍ଞାନ ପାଠ୍ୟକ୍ରମର ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ନିଯୁକ୍ତି ପରୀକ୍ଷା ଆସନ୍ତା ଜୁଲାଇ ୩ରେ ଅନୁଷ୍ଠିତ ହେବ। ଏନେଇ ସୋମବାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେବଳ କଟକ ଜୋନ୍‌ର ୬ଟି କେନ୍ଦ୍ରରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ୩ ପର୍ଯ୍ୟାୟରେ ଉକ୍ତ କେନ୍ଦ୍ରଗୁଡ଼ିକରେ ମୋଟ ୩,୧୩୬ ଜଣ ଆଶାୟୀ ପରୀକ୍ଷା ଦେବେ। ପ୍ରଥମ ପର୍ଯ୍ୟାୟରେ ପୂର୍ବାହ୍ନ ୯ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ବାଧ୍ୟତାମୂଳକ ବିଷୟର ପରୀକ୍ଷା ଅନୁଷ୍ଠିତ ହେବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟରେ ପୂର୍ବାହ୍ନ ୧୧ଟା ୩୦ରୁ ଅପରାହ୍ନ ୧ଟା ୩୦ ପର୍ଯ୍ୟନ୍ତ ଇଚ୍ଛାଧୀନ ବିଷୟର ପରୀକ୍ଷା ହେବ। ତୃତୀୟ ପର୍ଯ୍ୟାୟରେ ଅପରାହ୍ନ ୨ଟା ୩୦ରୁ ୪ଟା ୩୦ ପର୍ଯ୍ୟନ୍ତ କେବଳ ଓଡ଼ିଆ ବିଷୟରେ ପରୀକ୍ଷା କରାଯିବ ବୋଲି ଓପିଏସ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କଟକ ସହରରେ ପରୀକ୍ଷାର୍ଥୀଙ୍କ ଲାଗି ୬ ସ୍ଥାନରେ ପରୀକ୍ଷା କେନ୍ଦ୍ର ବ୍ୟବସ୍ଥା ରହିଛି। ତୁଳସୀପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ୪୮୦, ସିଡିଏ ସେକ୍ଟର-୬ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ନର୍ଥ ବ୍ଲକରେ ୪୩୨ ଏବଂ ସାଉଥ୍‌ ବ୍ଲକରେ ୪୩୨, ଅଜୟ ବିନୟ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଏବିଆଇଟି) ପରୀକ୍ଷାକେନ୍ଦ୍ରରେ ୪୮୦, କଲେଜ ଛକସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୪୪୯, ଷ୍ଟିୱାର୍ଟ ବିଜ୍ଞାନ ମହାବିଦ୍ୟାଳୟରେ ୩୮୩ ଏବଂ ଭୁବନାନନ୍ଦ ଓଡ଼ିଶା ଯାନ୍ତ୍ରିକ ବିଦ୍ୟାଳୟ (ବୋସ) ପରୀକ୍ଷା କେନ୍ଦ୍ରରେ ୪୮୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?