ଫାର୍ମାସିଷ୍ଟ କରୁଛନ୍ତି ରୋଗୀ ସେବା

ନିଶ୍ଚିନ୍ତକୋଇଲି,୧୫।୧(ଅଶୋକ କୁମାର ମହାପାତ୍ର): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ବହୁ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଅନ୍ତର୍ଗତ ହାଣ୍ଡିଭଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ଦିନ ହେବ କୌଣସି ଡାକ୍ତର ନାହାନ୍ତି । ଫଳରେ  ଫାର୍ମାସିଷ୍ଟ ରୋଗୀ ସେବା କରୁଥିବା ଅଭିଯୋଗ ହୋଇଛି।
କେରିଲୋ ଗ୍ରାମପଞ୍ଚାୟତ ହାଣ୍ଡିଭଙ୍ଗାଠାରେ ଦ୍ୱୀପାଞ୍ଚଳ ଲୋକଙ୍କୁ  ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ  ମାହାଙ୍ଗା ବିଧାୟକ ପ୍ରତାପ ଜେନା ଗତ ୨୦୧୧ରେ ହାଣ୍ଡିଭଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଶିଳାନ୍ୟାସ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଦ୍ୱୀପାଞ୍ଚଳର ତରତ, ଜମରା, ଓରତି ସମେତ କେନ୍ଦ୍ରାପଡା ଜିଲାର  ୩-୪ଟି ପଞ୍ଚାୟତର ଲୋକେ  ନିର୍ଭରଶୀଳ।  ମାତ୍ର ଦୀର୍ଘଦିନ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ଡାକ୍ତର ନ ଥିବାର ଅଭିଯୋଗ ହୋଇଛି। ଫଳରେ ଡାକ୍ତରଖାନାର ଏକମାତ୍ର ଫାର୍ମାସିଷ୍ଟ ଅନ୍ତର୍ଯ୍ୟାମୀ ଲେଙ୍କା ରୋଗୀ ସେବା କରିବାକୁ ବାଧ୍ୟ ହେଉଛନ୍ତି।  ପ୍ରତିଦିନ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଶତାଧିକ ରୋଗୀ ଚିକିତ୍ସା ନିମନ୍ତେ ଆସିଥାନ୍ତି । ତେବେ ଦୀର୍ଘ ଦିନ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ଡାକ୍ତର ନ ଥିବା ଯୋଗୁ ଜରୁରିକାଳୀନ ପରିସ୍ଥିତିରେ ରୋଗୀମାନଙ୍କୁ  ସ୍ବାସ୍ଥ୍ୟସେବା ମିଳିପାରୁନାହଁି ସେମାନେ ନିରାଶ ହୋଇ ଫେରିବାକୁ ବାଧ୍ୟ ହେଉଛନ୍ତି ବୋଲି  ସ୍ଥାନୀୟ ଲୋକେ କହିଛନ୍ତି। ସେହିପରି ଡାକ୍ତରଖାନାରେ କୌଣସି ବେଡ ନ ଥିଲା ବେଳେ କ୍ୱାର୍ଟର ମଧ୍ୟ ନାହିଁ। ଡାକ୍ତର ନ ଥିବା କାରଣରୁ ତ୍ୱରିତ ଚିକିତ୍ସା ନ ପାଇ ବହୁ ରୋଗୀଙ୍କ ଅକାଳରେ ମୃତ୍ୟୁ ଘଟିଥିବା ପୂର୍ବରୁ ନଜିର ରହିଛି। ସ୍ଥାନୀୟ ଲୋକେ ଏହି ଡାକ୍ତରଖାନାକୁ ଜଣେ ଡାକ୍ତର ଯୋଗାଇ ଦେବାକୁ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ଏଥିପ୍ରତି କେହି କର୍ଣ୍ଣପାତ କରୁନାହାନ୍ତି। ପ୍ରଶାସନ ତରଫରୁ ତୁରନ୍ତ ଏହାର ପ୍ରତିକାର କରାଯିବା ସହ ଏହି ଡାକ୍ତରଖାନାକୁ ଡାକ୍ତର ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଅମିତ ଜେନା କୁହନ୍ତି, ଖୁବଶୀଘ୍ର ଏଠାରେ ଡାକ୍ତର ନିଯୁକ୍ତି କରି ଖାଲିଥିବା ପଦବୀଗୁଡ଼ିକୁ ପୂରଣ କରିବାକୁ  ସରକାର ପ୍ରୟାସ କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri