ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

ଅଭିଯୋଗ ଅନୁଯାୟୀ ଅନନ୍ତ ଜେନା ନାମକ ଜଣେ ଯୁବକ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଯାଇଥିଲେ । ତାଙ୍କ ପାଖରେ ଜଣେ କୁକୁର କାମୁଡା ରୋଗୀ ବସିଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ସୁଧୀର ଦଳାଇ ଏକ କୁକୁର କାମୁଡା ଇଞ୍ଜେକସନ ଆଣି ସମ୍ପୃକ୍ତ ରୋଗୀଙ୍କୁ ଦେବା ପରିବର୍ତ୍ତେ ଅନନ୍ତଙ୍କ ଦେହରେ ଫୋଡ଼ି ଦେଇଥିଲେ ।

ଏଥିରେ ଅନନ୍ତ ଭୟଭୀତ ହୋଇ ପଡିଥିଲେ । ଇଞ୍ଜେକ୍ସନ ନେବା ପରେ ତାଙ୍କ ମୁଣ୍ଡ ବୁଲାଇବାରୁ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ତେବେ ଭୁଲବଶତଃ ଏପରି ହୋଇଯାଇଛି ବୋଲି ଫାର୍ମାସିଷ୍ଟ ସୁଧୀର ଦଳାଇ ସଫେଇ ଦେଇଛନ୍ତି । ଅନ୍ୟପକ୍ଷରେ କୌଣସି ଅଘଟଣ ଆଶଙ୍କାରେ ଭୟଭିତ ହୋଇ ପଡ଼ିଛନ୍ତି ଅନନ୍ତଙ୍କ ପରିବାର ଲୋକେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ…

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri