ଅଦଳବଦଳରେ ଫାର୍ମାସିଷ୍ଟ କରୁଛନ୍ତି କାମ

ନାଉଗଁା,୨୦ା୯(ସ୍ବ.ପ୍ର.):ନାଉଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ମନମୁଖୀ କାର୍ଯ୍ୟ ଚାଲିଥିବା ଅଭିଯୋଗ ହୋଇଛି। ଏଠାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ନିଯୁକ୍ତିଗୋଟିଏ ସ୍ଥାନରେ ପାଇଥିବାବେଳେ ଅଦଳବଦଳ କରି ଅନ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ କାମ କରୁଥିବା ନେଇ ସୂଚନା ଅଧିକାର ଆଇନ ବଳରେ ଜଣାପଡିଛି। ନାଉଗଁା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ମିଳିଥିବା ଚିଠି (ନଂ ୧୦୪୭ /୨୯-୭-୨୦୨୨) ଅନୁଯାୟୀ, ମିହିର କୁମାର ଲେଙ୍କା ଅଲଣାହାଟ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ଶୁଭଲକ୍ଷ୍ମୀ ସ୍ବାଇଁ ଡେରିକି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ନିଯୁକ୍ତି ପାଇଛନ୍ତି। ମାତ୍ର ଏବେ ସ୍ବାଇଁ ଅଲଣାହାଟରେ କାର୍ଯ୍ୟ କରୁଥିବା ବେଳେ ଲେଙ୍କା ଡେରିକିରେ କାର୍ଯ୍ୟ କରୁଛନ୍ତି। ଦୀର୍ଘ ଦିନ ହେବ ଏଭଳି ଅଦଳବଦଳରେ କାର୍ଯ୍ୟ ଚାଲିଥିବାବେଳେ ଜିଲା ସ୍ବାସ୍ଥ୍ୟ ବିଭାଗ କିପରି ଜାଣିପାରିନାହିଁ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏବିଷୟରେ ନାଉଗଁା ସ୍ବାସ୍ଥ୍ୟକେନ୍ଦ୍ରର ଭାରାପ୍ରାପ୍ତ ଅଧିକାରୀ ଡାକ୍ତର ମାନସ ମହାପାତ୍ରଙ୍କୁ ପଚାରିବାରେ ଏବିଷୟରେ ସେ କିଛି ଜାଣି ନ ଥିବା କହିଛନ୍ତି। ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଧିକାରୀ କ୍ଷେତ୍ରବାସୀ ଦାସ ଏସମ୍ପର୍କରେ କହିଛନ୍ତି, ପୂର୍ବ ସିଡିଏମଓ ଥିବା ସମୟରେ କ’ଣ ହୋଇଥିବା ସେ ବିଷୟରେ ସେ କିଛି ଜାଣିନାହାନ୍ତି। ଏହାର ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି। ସୂଚନାଯୋଗ୍ୟ, ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅଧିକାଂଶ ସମୟରେ ଡାକ୍ତର ଓ ଫାର୍ମାସିଷ୍ଟ ରହୁ ନ ଥିବାରୁ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। କିଛି ଦିନ ପୂର୍ବେ ଏହି ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଓ ଫାର୍ମାସିଷ୍ଟ ନ ଥିବା ସମୟରେ ସିକ୍ୟୁରିଟି ଗାର୍ଡ ରୋଗୀଙ୍କୁ ଇଞ୍ଜେକ୍‌ସନ ଦେଇଥିବା ଭିଡିଓ ଭାଇରାଲ ହୋଇଥିଲା। ଏନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri