ଅଦଳବଦଳରେ ଫାର୍ମାସିଷ୍ଟ କରୁଛନ୍ତି କାମ

ନାଉଗଁା,୨୦ା୯(ସ୍ବ.ପ୍ର.):ନାଉଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ମନମୁଖୀ କାର୍ଯ୍ୟ ଚାଲିଥିବା ଅଭିଯୋଗ ହୋଇଛି। ଏଠାରେ ନିଯୁକ୍ତି ପାଇଥିବା ଫାର୍ମାସିଷ୍ଟମାନେ ନିଯୁକ୍ତିଗୋଟିଏ ସ୍ଥାନରେ ପାଇଥିବାବେଳେ ଅଦଳବଦଳ କରି ଅନ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ କାମ କରୁଥିବା ନେଇ ସୂଚନା ଅଧିକାର ଆଇନ ବଳରେ ଜଣାପଡିଛି। ନାଉଗଁା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ମିଳିଥିବା ଚିଠି (ନଂ ୧୦୪୭ /୨୯-୭-୨୦୨୨) ଅନୁଯାୟୀ, ମିହିର କୁମାର ଲେଙ୍କା ଅଲଣାହାଟ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ଶୁଭଲକ୍ଷ୍ମୀ ସ୍ବାଇଁ ଡେରିକି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ନିଯୁକ୍ତି ପାଇଛନ୍ତି। ମାତ୍ର ଏବେ ସ୍ବାଇଁ ଅଲଣାହାଟରେ କାର୍ଯ୍ୟ କରୁଥିବା ବେଳେ ଲେଙ୍କା ଡେରିକିରେ କାର୍ଯ୍ୟ କରୁଛନ୍ତି। ଦୀର୍ଘ ଦିନ ହେବ ଏଭଳି ଅଦଳବଦଳରେ କାର୍ଯ୍ୟ ଚାଲିଥିବାବେଳେ ଜିଲା ସ୍ବାସ୍ଥ୍ୟ ବିଭାଗ କିପରି ଜାଣିପାରିନାହିଁ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏବିଷୟରେ ନାଉଗଁା ସ୍ବାସ୍ଥ୍ୟକେନ୍ଦ୍ରର ଭାରାପ୍ରାପ୍ତ ଅଧିକାରୀ ଡାକ୍ତର ମାନସ ମହାପାତ୍ରଙ୍କୁ ପଚାରିବାରେ ଏବିଷୟରେ ସେ କିଛି ଜାଣି ନ ଥିବା କହିଛନ୍ତି। ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଧିକାରୀ କ୍ଷେତ୍ରବାସୀ ଦାସ ଏସମ୍ପର୍କରେ କହିଛନ୍ତି, ପୂର୍ବ ସିଡିଏମଓ ଥିବା ସମୟରେ କ’ଣ ହୋଇଥିବା ସେ ବିଷୟରେ ସେ କିଛି ଜାଣିନାହାନ୍ତି। ଏହାର ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି। ସୂଚନାଯୋଗ୍ୟ, ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅଧିକାଂଶ ସମୟରେ ଡାକ୍ତର ଓ ଫାର୍ମାସିଷ୍ଟ ରହୁ ନ ଥିବାରୁ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। କିଛି ଦିନ ପୂର୍ବେ ଏହି ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଓ ଫାର୍ମାସିଷ୍ଟ ନ ଥିବା ସମୟରେ ସିକ୍ୟୁରିଟି ଗାର୍ଡ ରୋଗୀଙ୍କୁ ଇଞ୍ଜେକ୍‌ସନ ଦେଇଥିବା ଭିଡିଓ ଭାଇରାଲ ହୋଇଥିଲା। ଏନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?