ମହାନତା ଦେଖାଇଲେ ଫାର୍ମାସିଷ୍ଟ ଛାତ୍ର: ଏମିତି ବଞ୍ଚାଇଲେ ରୋଗୀଙ୍କ ଜୀବନ

ଭଞ୍ଜନଗର,୧୬/୪(ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଲୋକେ ସାଧାରଣତଃ ରକ୍ତଦାନ କରିବାକୁ ଅନାଗ୍ରହ ପ୍ରକାଶ କରିଥାନ୍ତି। ତେଣୁ ଏହି ସମୟରେ ରକ୍ତ ଭଣ୍ଡାର ଗୁଡ଼ିକରେ ରକ୍ତର ଅଭାବ ରହିଥାଏ। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରର ମଧ୍ୟ ସମାନ ଅବସ୍ଥା। କିନ୍ତୁ ଭଞ୍ଜନଗର ଅଞ୍ଚଳର ବିପଦର ବନ୍ଧୁ କର୍ମକର୍ତ୍ତା ସମେତ ଅନ୍ୟାନ୍ୟ ସଂଗଠନ ଗୁଡ଼ିକ ନିୟମିତ ରକ୍ତଦାନ ବ୍ୟବସ୍ଥା କରିଥାନ୍ତି। ତେଣୁ ଭଞ୍ଜନଗର ଅଞ୍ଚଳର ରୋଗୀମାନେ ଆଜିକୁ କିଛି ବର୍ଷ ହେବ ରକ୍ତ ଅଭାବର ବିଶେଷ ଅସୁବିଧାର ସମ୍ମୁଖୀନ ହୋଇନଥାନ୍ତି। ଏହିଭଳି ପରିସ୍ଥିତିରେ ଗୁରୁବାର ଭଞ୍ଜନଗର ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କୁ ଏକ ବିରଳ ରକ୍ତ ଆଶ୍ୟକତା ପଡ଼ିଥିଲା। ଏନେଇ ରୋଗୀଙ୍କ ସମ୍ପର୍କୀୟମାନେ ଚିନ୍ତାରେ ଥିଲେ। ଏହି ସମୟରେ ଭଞ୍ଜନଗର ଉପଖଣ୍ଡ ମେଡିକାଲରେ ତାଲିମ ନେଉଥିବା ଫାର୍ମାସିଷ୍ଟ ଛାତ୍ର ଓମ ପ୍ରକାଶ ସାହୁ ଜାଣିବା ପରେ ତୁରନ୍ତ ରକ୍ତଦାନ କରିଥିଲେ। ଫଳରେ ଉକ୍ତ ରୋଗୀଙ୍କ ଜୀବନ ରକ୍ଷାରେ ଓମ ସହାୟ ହୋଇଥିଲେ। ଫାର୍ମାସିଷ୍ଟ ଛାତ୍ରଙ୍କ ଏହିଭଳି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri