ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। କରୋନା ଭଳି ସମୟରେ ଔଷଧ ଦୋକାନର କର୍ମଚାରୀମାନେ କୌଣସି ବାଧାବିଘ୍ନରେ ସାଧାରଣ ଲୋକଙ୍କୁ ସେବା ଯୋଗାଇଛନ୍ତି। ଲକ୍‌ଡାଉନ୍‌ ବା ଶଟ୍‌ଡାଉନ ସବୁ ସମୟରେ ସେମାନେ ଔଷଧ ବିତରଣରେ କୌଣସି ହେଳା କରିନାହାନ୍ତି। ତେଣୁ ସେମାନଙ୍କ କାର୍ଯ୍ୟ ଓ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଔଷଧ ଦୋକାନର କର୍ମଚାରୀଙ୍କୁ ଟିକାକରଣରେ ପ୍ରାଧାନ୍ୟ ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ କର୍ମଚାରୀମାନେ ୪୫ ଓ ଊଦ୍ଧର୍‌ବ ବର୍ଷର ହୋଇଥିବେ ସେମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଟିକା ଏବଂ ଯେଉଁମାନେ ୧୮ରୁ ୪୪ବର୍ଷ ମଧ୍ୟରେ ଥିବେ ସେମାନଙ୍କୁ ରାଜ୍ୟ ସରକାର କିଣିଥିବା ଟିକାକୁ ଦେବା ପାଇଁ ଚିଠିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri