ଅକ୍ଟୋବରରୁ ଲକ୍ଷ୍ନୌ. ଗୋରଖପୁରରେ ଆରମ୍ଭ ହେବ କୋଭାକ୍ସିନର ପରୀକ୍ଷଣ

ଲକ୍ଷ୍ନୌ,୨୫ ।୯: ଆସନ୍ତା ଅକ୍ଟୋବରରୁ ଉତ୍ତର ପ୍ରଦେଶର ଗୋରଖପୁର ଓ ଲକ୍ଷ୍ନୌରେ କରୋନା ଭାଇରସ ପାଇଁ ପ୍ରସ୍ତୁତ ଟିକା କୋଭାକ୍ସିନର ଫେଜ୍‌-୩ ଟ୍ରାଏଲ ପରୀକ୍ଷା ହେବ ବୋଲି ଗୁରୁବାର ଉତ୍ତର ପ୍ରଦେଶ ସରକାର ଘୋଷଣା କରିଛନ୍ତି । ଉତ୍ତର ପ୍ରଦେଶର ମୁଖ୍ୟ ସ୍ୱାସ୍ଥ୍ୟ ସଚିବ ଅମିତ ମୋହନ ପ୍ରସାଦ ଏକ ଖରବାଦାତା ସମ୍ମିଳନୀରେ କହିଛନ୍ତି, ଭାରତ ବାୟୋଟେକ୍ ଦ୍ୱାରା ବିକଶିତ କରାଯାଇଥିବା କୋଭାକ୍ସିନର ପରୀକ୍ଷା ଅକ୍ଟୋବରରେ ଲକ୍ଷ୍ନୌ ଓ ଗୋରଖପୁରରେ କରାଯିବ । ସୂଚନାଯୋଗ୍ୟ, ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଓ ଭାରତ ବାୟୋଟେକର ମିଳିତ ଉଦ୍ୟମରେ କୋଭାକ୍ସିନ ପ୍ରସ୍ତୁତ କରାଯାଇଛି । ଏହି ସମୟରେ କଂଗ୍ରେସ ନେତା ଦୀପକ ସିଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଉତ୍ତର ପ୍ରଦେଶରେ ଅଧିକ କରୋନା ଟେଷ୍ଟ ପାଇଁ ଅନୁରୋଧ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗୁରୁବାର ସୁଦ୍ଧା ଉତ୍ତର ପ୍ରଦେଶରେ ୬୧,୬୯୮ କରୋନା ରୋଗୀଙ୍କ ଚିକିତ୍ସା ଚାଲିଥିବା ବେଳେ ୩,୦୨,୬୯୮ ସଂକ୍‌୍ରମିତ ସୁସ୍ଥ ହୋଇ ସାରିଲେଣି ଓ ୫,୨୯୯ ଜଣଙ୍କ କରୋନାରେ ମୃତ୍ୟୁ ହୋଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri