ଡେଙ୍ଗୁ ଟିକା ପାଇଁ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୧୫ା୮(ଅସମାପିକା ସାହୁ): ଇଣ୍ଡିଆନ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଏବଂ ପାନାସିଆ ବାୟୋଟେକ୍‌ ଭାରତରେ ଡେଙ୍ଗୁ ଟିକା ପାଇଁ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଆରମ୍ଭ କରିଛନ୍ତି। ପାନାସିଆ ବାୟୋଟେକ ଦ୍ୱାରା ବିକଶିତ ହୋଇଥିବା ଭାରତର ସ୍ବଦେଶୀ ଟେଟ୍ରାଭାଲେଣ୍ଟ ଡେଙ୍ଗୁ ଟିକା ‘ଡେଙ୍ଗିଅଲ’ର କାର୍ଯ୍ୟକାରିତାର ମୂଲ୍ୟାଙ୍କନ ହେବ। ଏହି ପରୀକ୍ଷଣରେ ପ୍ରଥମ ଅଂଶଗ୍ରହଣକାରୀଙ୍କୁ ବୁଧବାର ରୋହତକସ୍ଥିତ ପଣ୍ଡିତ ଭଗବତ ଦିୟାଲ ଶର୍ମା ପୋଷ୍ଟ ଗ୍ରାଜୁଏଟ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସେସ(ପିଜିଆଇଏମ୍‌ଏସ୍‌)ରେ ଟିକା ଦିଆଯାଇଛି। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି. ନଡ୍ଡା କହିଛନ୍ତି, ଡେଙ୍ଗୁ ବିରୋଧରେ ଲଢ଼େଇ ପାଇଁ ଭାରତର ପ୍ରଥମ ସ୍ବଦେଶୀ ଡେଙ୍ଗୁ ଟିକାର ଏହି ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଆରମ୍ଭ ହୋଇଛି। ଏହା ଆମ ନାଗରିକମାନଙ୍କୁ ଏହି ବିସ୍ତାରିତ ରୋଗରୁ ରକ୍ଷା କରିବା ପାଇଁ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରିବା ସହିତ ଟିକା ଅନୁସନ୍ଧାନ ଏବଂ ବିକାଶରେ ଭାରତର ସାମର୍ଥ୍ୟକୁ ସୂଚିତ କରୁଛି। ବର୍ତ୍ତମାନ ଭାରତରେ ଡେଙ୍ଗୁ ବିରୋଧରେ କୌଣସି ଆଣ୍ଟିଭାଇରାଲ ଚିକିତ୍ସା କିମ୍ବା ଲାଇସେନ୍ସପ୍ରାପ୍ତ ଟିକା ନାହିଁ। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ୨୦୧୮-୧୯ରେ ହୋଇଥିଲା, ଯାହା ସଫଳତା ଦେଇଥିଲା। ଆଇସିଏମ୍‌ଆର୍‌ର ଆର୍ଥିକ ସହଯୋଗରେ ପାନାସିଆ ବାୟୋଟେକ ୧୮ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ୧୯ଟି ସ୍ଥାନରେ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା କରିବ। ଆସନ୍ତା ଦୁଇବର୍ଷ ପାଇଁ ଉଭୟ ମିଳିତ ଭାବେ କାର୍ଯ୍ୟ କରିବାକୁ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri