ରାଜନୀତିରେ ପାଦ ଦେଲେ ପିଏଚ୍‌ଡି ଛାତ୍ର

ପଦ୍ମପୁର, ୨୪।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍ଗା ଗ୍ରାମର ପିଏଚ୍‌ଡି ଛାତ୍ର ମାନସ କୁମାର ସାହୁ ୧୮ ନଂ. ଜୋନ୍‌ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପରିସଂଖ୍ୟାନରେ ପିଏଚ୍‌ଡି କରୁଥିବା ମାନସ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜିଲା ପରିଷଦ ସଭ୍ୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରି ଚର୍ଚ୍ଚାକୁ ଆସିଛନ୍ତି। ୨୦୧୨ରେ ସେ ଭଦ୍ରକ ମହା ବିଦ୍ୟାଳୟରେ ଛାତ୍ର ସଭାପତି ଥିଲେ। ବାଣୀବିହାର ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ଶିକ୍ଷା ସମୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ରାଜ୍ୟରୁ ପ୍ରତିନିଧି କରିବା ସହ ସାଙ୍ଗଠନିକ କାର୍ଯ୍ୟକଳାପରେ ଭାଗ ନେଇ ଥିଲେ। ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କଠାରୁ ସେ ଶିକ୍ଷାରେ ଆଗରେ ଥିବା ଜଣାଯାଇଛି। ନିର୍ବାଚନ ଜିତିଲେ ଅଞ୍ଚଳର ଯୁବବର୍ଗଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଆତ୍ମନିର୍ଭର କରାଇବା ସହ ଯୁବତୀ ଯୁବକଙ୍କୁ ଶିକ୍ଷାରେ ମାର୍ଗଦର୍ଶନ କରାଇବେ ବୋଲି ମାନସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri