Posted inଖେଳ

ଆଇସୋଲେଶନରେ ଓ୍ବେଷ୍ଟଇଣ୍ଡିଜ କୋଚ୍‌ ସିମନ୍ସ

ମାଞ୍ଚେଷ୍ଟର, ୨୮।୬: ଓ୍ବେଷ୍ଟଇଣ୍ଡିଜ-ଇଂଲଣ୍ଡ ସିରିଜ ପୂର୍ବରୁ ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାପରେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଫିଲ୍‌ ସିମନ୍ସଙ୍କୁ ସେଲ୍ଫ ଆଇସୋଲେଶନରେ ରହିବାକୁ କୁହାଯାଇଛି। ତେବେ ଏହା ଦଳର ପ୍ରସ୍ତୁତିକୁ ପ୍ରଭାବିତ କରିବ ନାହିଁ ବୋଲି ଦ୍ରୁତ ବୋଲର ଅଲଜାରୀ ଜୋସେଫ୍‌ କହିଛନ୍ତି। ଇଂଲଣ୍ଡ ଗସ୍ତରେ ଓ୍ବେଷ୍ଟଇଣ୍ଡିଜ ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି।
ଶୁକ୍ରବାର ସିମନ୍ସ ଏକ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ। ଫଳରେ ଓଲ୍ଡ ଟ୍ରାଫୋର୍ଡ ସ୍ଥିତ ଏକ ହୋଟେଲରେ ସେ ଆଇସୋଲେଶନରେ ରହିଛନ୍ତି। ଗୁରୁବାର ଦଳରେ ଯୋଗ ଦେବା ପୂର୍ବରୁ ତାଙ୍କୁ ୨ଥର କୋଭିଡ୍‌-୧୯ ଟେଷ୍ଟର ସମ୍ମୁଖୀନ ହେବାକୁ ପଡିବ। ଏହା ସତ୍ତ୍ୱେ ଦଳର ପ୍ରସ୍ତୁତି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଜାରି ରହିବ ବୋଲି ଜୋସେଫ୍‌ କହିଛନ୍ତି। ଆମର ଏକ ବଡ଼ କୋଚିଂ ଷ୍ଟାଫ୍‌ ରହିଛି। ଷ୍ଟାଫ୍‌ମାନେ ପରସ୍ପରକୁ ସହଯୋଗ ମଧ୍ୟ କରୁଛନ୍ତି। ତେଣୁ ପ୍ରସ୍ତୁତିରେ ସେଭଳି କୌଣସ ବଡ଼ ଧରଣର ସମସ୍ୟା ହେବ ନାହିଁ ବୋଲି ସେ କହିଛନ୍ତି। ସହକାରୀ କୋଚ୍‌ ରୋଡି ଇଷ୍ଟଓ୍ବିକ୍‌ ଓ ରେୟନ ଗ୍ରିଫିଥ୍‌ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଦଳର ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ଦାୟିତ୍ୱରେ ରହିବେ। ଜୁଲାଇ ୮ ତାରିଖରେ ସାଉଥାମ୍ପଟନରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?