Posted inଖେଳ

ଆଇସୋଲେଶନରେ ଓ୍ବେଷ୍ଟଇଣ୍ଡିଜ କୋଚ୍‌ ସିମନ୍ସ

ମାଞ୍ଚେଷ୍ଟର, ୨୮।୬: ଓ୍ବେଷ୍ଟଇଣ୍ଡିଜ-ଇଂଲଣ୍ଡ ସିରିଜ ପୂର୍ବରୁ ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାପରେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଫିଲ୍‌ ସିମନ୍ସଙ୍କୁ ସେଲ୍ଫ ଆଇସୋଲେଶନରେ ରହିବାକୁ କୁହାଯାଇଛି। ତେବେ ଏହା ଦଳର ପ୍ରସ୍ତୁତିକୁ ପ୍ରଭାବିତ କରିବ ନାହିଁ ବୋଲି ଦ୍ରୁତ ବୋଲର ଅଲଜାରୀ ଜୋସେଫ୍‌ କହିଛନ୍ତି। ଇଂଲଣ୍ଡ ଗସ୍ତରେ ଓ୍ବେଷ୍ଟଇଣ୍ଡିଜ ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି।
ଶୁକ୍ରବାର ସିମନ୍ସ ଏକ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ। ଫଳରେ ଓଲ୍ଡ ଟ୍ରାଫୋର୍ଡ ସ୍ଥିତ ଏକ ହୋଟେଲରେ ସେ ଆଇସୋଲେଶନରେ ରହିଛନ୍ତି। ଗୁରୁବାର ଦଳରେ ଯୋଗ ଦେବା ପୂର୍ବରୁ ତାଙ୍କୁ ୨ଥର କୋଭିଡ୍‌-୧୯ ଟେଷ୍ଟର ସମ୍ମୁଖୀନ ହେବାକୁ ପଡିବ। ଏହା ସତ୍ତ୍ୱେ ଦଳର ପ୍ରସ୍ତୁତି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଜାରି ରହିବ ବୋଲି ଜୋସେଫ୍‌ କହିଛନ୍ତି। ଆମର ଏକ ବଡ଼ କୋଚିଂ ଷ୍ଟାଫ୍‌ ରହିଛି। ଷ୍ଟାଫ୍‌ମାନେ ପରସ୍ପରକୁ ସହଯୋଗ ମଧ୍ୟ କରୁଛନ୍ତି। ତେଣୁ ପ୍ରସ୍ତୁତିରେ ସେଭଳି କୌଣସ ବଡ଼ ଧରଣର ସମସ୍ୟା ହେବ ନାହିଁ ବୋଲି ସେ କହିଛନ୍ତି। ସହକାରୀ କୋଚ୍‌ ରୋଡି ଇଷ୍ଟଓ୍ବିକ୍‌ ଓ ରେୟନ ଗ୍ରିଫିଥ୍‌ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଦଳର ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ଦାୟିତ୍ୱରେ ରହିବେ। ଜୁଲାଇ ୮ ତାରିଖରେ ସାଉଥାମ୍ପଟନରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri