ଏମ୍‌ଜିଏମ୍‌ ମିନେରାଲ୍‌ସକୁ ଜନହିତକାରୀ ଉଦ୍ୟୋଗ ଆଓ୍ବାର୍ଡ

ଭୁବନେଶ୍ୱର,୩।୧୦: ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ତଥା ଏମଜିଏମ ମିନେରାଲ୍‌ସ ପ୍ରାଇଭେଟ ଲିମିଟେଡକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ମାସିକ ପତ୍ରିକା ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ର ୧୨ତମ ବାର୍ଷିକ ଉତ୍ସବ ତଥା ଶ୍ରେଷ୍ଠ-୨୦ ଓଡ଼ିଶାର ପ୍ରେରଣାଦାୟୀ ବ୍ୟକ୍ତିତ୍ୱ ସମ୍ମାନ ସମାରୋହରେ ଏମଜିଏମ ମିନେରାଲସକୁ ଜନହିତକାରୀ ଉଦ୍ୟୋଗ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ ଭୁବନେଶ୍ୱରଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ପଦ୍ମବିଭୂଷଣ ସୁଦର୍ଶନ ସାହୁଙ୍କଠାରୁ ଏମଜିଏମ ମିନେରାଲସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ପଙ୍କଜ ଲୋଚନ ମହାନ୍ତି ଉକ୍ତ ସମ୍ମାନ ଗ୍ରହଣ କରିଥିଲେ। ଅପରପକ୍ଷରେ ବାର୍ଷିକ ଉତ୍ସବର ମୁଖ୍ୟ ଅତିଥି କନ୍ଧମାଳ ଏମପି ଡ.ଅଚ୍ୟୁତ ସାମନ୍ତ ଦି ଇଣ୍ଟରଭ୍ୟୁ ଟାଇମ୍ସର ସଫଳ ଯାତ୍ରାର ଅଭିଯାନକୁ ଭୂୟସୀ ପ୍ରଶଂସା କରିବା ସହ ସମାଜର ପ୍ରଗତି କ୍ଷେତ୍ରରେ ଅନନ୍ୟ ପଦକ୍ଷେପ ପାଇଁ ସାଧୁବାଦ ଜଣାଇଥିଲେ। ଏହି ଅବସରରେ ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୦ଜଣ ବ୍ୟକ୍ତିବିଶେଷଙ୍କୁ ସମ୍ମାନଜନକ ‘ଶ୍ରେଷ୍ଠ-୨୦ ଓଡ଼ିଶାର ପ୍ରେରଣାଦାୟୀ ବ୍ୟକ୍ତିତ୍ୱ’ ସମ୍ମାନ ଓ ୭ ଜଣଙ୍କୁ ସ୍ବତନ୍ତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲାବେଳେ ପଦ୍ମବିଭୂଷଣ ସୁଦର୍ଶନ ସାହୁ ଓ ବିଧାୟକ ଅରୁଣ କୁମାର ସାହୁ ସମ୍ବର୍ଦ୍ଧିତ ବ୍ୟକ୍ତିବିଶେଷଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେହିଭଳି ବାର୍ଷିକ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରଶାସିକା ଅନୁ ଗର୍ଗ, ବୀର ବିକ୍ରମ ଯାଦବ, ଦିଲ୍ଲୀପ ରାଉତରାୟଙ୍କ ସମେତ ଓଡ଼ିଶା ଏନସିସି ୟୁନିଟର ନିର୍ଦ୍ଦେଶକ ସାଗର ମହାନ୍ତି, ଆଇସିଏମ୍‌ଆର-ଆରଏମ୍‌ଆରସିର ନିର୍ଦ୍ଦେଶିକା ସଂଘମିତ୍ରା ପତି ଏବଂ ପ୍ରଫେସର କମଳଜିତ୍‌ ସିଂ ପ୍ରମୁଖ ଯୋଗ ଦେଇଥିଲେ। ପ୍ରାଥମିକ ପର୍ଯ୍ୟାୟରେ ଦି ଇଣ୍ଟରଭ୍ୟୁ ଟାଇମ୍ସର ମୁଖ୍ୟ ସମ୍ପାଦକ ଦିବ୍ୟଜିତ୍‌ ସାହୁ ସ୍ବାଗତ ଅଭିଭାଷଣ ପ୍ରଦାନ ସହ ଦି ଇଣ୍ଟରଭ୍ୟୁ ଟାଇମ୍ସ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ‘ଓଡ଼ିଶାରେ ଆଜି ଓ କାଲି’କୁ ନେଇ ଏକ ସ୍ବତନ୍ତ୍ର ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ର ସ୍ବତନ୍ତ୍ର ସଂଖ୍ୟା ଉନ୍ମୋଚିତ କରାଯାଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଦି ଇଣ୍ଟରଭ୍ୟୁ ଟାଇମ୍ସର ଅଧ୍ୟକ୍ଷ ଶୁଭାଶିଷ ଦାସ, ସିଓଓ ଅରୁଣ କୁମାର ମାହାନା, ସିବିଓ ପ୍ରମୋଦ କୁମାର ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri