Philippines Landslide: ଭୂସ୍ଖଳନରେ ମାଟି ତଳେ ପୋତି ହେଲା ୨ ବସ, ଉଦ୍ଧାର କାର୍ଯ୍ୟ ଜାରି…

ମାନିଲା,୭।୨ : ପ୍ରବଳ ବର୍ଷା ଓ ବନ୍ୟା ଦକ୍ଷିଣ ଫିଲିପାଇନ୍ସରେ ଭୟଙ୍କର ରୂପ ନେଇଛି। ଲଗାତାର ବର୍ଷା ଯୋଗୁ ପ୍ରଦେଶରେ ଭୂସ୍ଖଳନ ଘଟିଛି। ଭୂସ୍ଖଳନରେ ଦୁଇଟି ବସ ମାଟି ତଳେ ପୋତି ହୋଇ ଯାଇଛି। ଏହି ଘଟଣାରେ ୧୧ ଜଣ ଆହତ ହୋଇଛନ୍ତି। ବୁଧବାର ବିପର୍ଯ୍ୟୟ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।

ମଙ୍ଗଳବାର ରାତିରେ ଡାଭାଓ ଡି ଓରୋ ପ୍ରଦେଶର ମାକୋ ସହରରେ ଏକ ସୁନା ଖଣି ବାହାରେ ଏହି ଭୂସ୍ଖଳନ ଘଟିଥିଲା ଯେଉଁଠାରେ ବସ କର୍ମଚାରୀମାନଙ୍କୁ ନେଇ ଯାଉଥିଲା ବୋଲି ଆପେକ୍ସ ମାଇନିଂ ଅପରେଟର ଏକ ବିବୃତ୍ତିରେ କହିଛନ୍ତି। ବସରେ କେତେ କର୍ମଚାରୀ ଥିଲେ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।

ମାଇକୋ ସହରର ବିପର୍ଯ୍ୟୟ ଏଜେନ୍ସି ବୁଧବାର ଏକ ଫେସବୁକ ପୋଷ୍ଟରେ କହିଛି ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାକୁ ନିଆଯାଇଛି, ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମାଇଣ୍ଡାନାଓ ଦ୍ୱୀପରେ ଅବସ୍ଥିତ ମାକୋର ପାଞ୍ଚଟି ଗ୍ରାମ ପାଇଁ ବିପର୍ଯ୍ୟୟ ଏଜେନ୍ସି ମଧ୍ୟ ନିର୍ଦ୍ଦେଶନାମା ଜାରି କରିଛି। ଏସବୁ ଗାଁ ଗୁଡ଼ିକୁ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ଜାତୀୟ ବିପର୍ଯ୍ୟୟ ଏଜେନ୍ସିର ତଥ୍ୟ ଦର୍ଶାଉଛି ଉତ୍ତର-ପୂର୍ବ ମୌସୁମୀ ଏବଂ ଦକ୍ଷିଣ ମାଇଣ୍ଡାନାଓ ଅଞ୍ଚଳର ତଳିଆ ସ୍ଥାନରେ ଜାନୁୟାରୀ ୨୮ରୁ ଫେବୃଆରୀ ୨ ମଧ୍ୟରେ ପ୍ରବଳ ବର୍ଷା ଯୋଗୁ ଏହି ଅଞ୍ଚଳରେ ବନ୍ୟା ଓ ଭୂସ୍ଖଳନ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri