ରାତିଅଧରେ ଥରିଲା ଫିଲିପାଇନ୍ସ , ଘରୁ ବାହାରକୁ ଦୌଡିଲେ ଶୋଇଥିବା ଲୋକେ…

ମାନିଲା,୪।୧୨ : ରବିବାର-ସୋମବାର ମଧ୍ୟରାତ୍ରିରେ ଫିଲିପାଇନ୍ସରେ ପୁଣି ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୮ ବୋଲି ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର କହିଛି ରାତିଅଧ ପ୍ରାୟ ୧ଟା ୨୦ ସମୟରେ ଏହି ଭୂକମ୍ପ ଘଟିଛି। ଏହାର କେନ୍ଦ୍ର ଭୂଗର୍ଭର ୮୨ କିଲୋମିଟର ଗଭୀରରେ ମାଇଣ୍ଡାନାଓରେ ଥିଲା । ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଜୀବନ ଭୟରେ ବାହାରକୁ ଦୌଡି ପଳାଇ ଆସୁଥିବାର ଦେଖିବାକୁ ମିଳିଥିଲା।

ରବିବାର ସନ୍ଧ୍ୟାରେ ଫିଲିପାଇନ୍ସରେ ହୋଇଥିବା ଭୂକମ୍ପରେ ଲୋକମାନେ ଭୟଭୀତ ହୋଇଥିଲେ। ଏହି ଭୂକମ୍ପର ତୀବ୍ରତା ୬.୬ ଥିଲା। ଏହାର କେନ୍ଦ୍ର ଭୂଗର୍ଭର ୫୬ କିଲୋମିଟର ଗଭୀରରେ ଥିଲା। ଶନିବାର ଏଠାରେ ୭.୬ ତୀବ୍ରତାଯୁକ୍ତ ଏକ ଶକ୍ତିଶାଳୀ ଭୂକମ୍ପରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ସୁନାମି ଚେତାବନୀ ପରେ ହଜାର ହଜାର ଲୋକ ଭୟଭୀତ ହୋଇ ଘର ଛାଡିଥିଲେ।

ଆମେରିକାର ସୁନାମି ଚେତାବନୀ ପ୍ରଣାଳୀ ପ୍ରଥମେ ଫିଲିପାଇନ୍ସ ଉପକୂଳର ତିନି ମିଟର (୧୦ ଫୁଟ) ପର୍ଯ୍ୟନ୍ତ ଜୁଆରର ପୂର୍ବାନୁମାନ କରିଥିଲା, କିନ୍ତୁ ପରେ ଘୋଷଣା କଲାଗଲା ସୁନାମି ବିପଦ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri