ରାତିଅଧରେ ଥରିଲା ଫିଲିପାଇନ୍ସ , ଘରୁ ବାହାରକୁ ଦୌଡିଲେ ଶୋଇଥିବା ଲୋକେ…

ମାନିଲା,୪।୧୨ : ରବିବାର-ସୋମବାର ମଧ୍ୟରାତ୍ରିରେ ଫିଲିପାଇନ୍ସରେ ପୁଣି ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୮ ବୋଲି ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର କହିଛି ରାତିଅଧ ପ୍ରାୟ ୧ଟା ୨୦ ସମୟରେ ଏହି ଭୂକମ୍ପ ଘଟିଛି। ଏହାର କେନ୍ଦ୍ର ଭୂଗର୍ଭର ୮୨ କିଲୋମିଟର ଗଭୀରରେ ମାଇଣ୍ଡାନାଓରେ ଥିଲା । ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଜୀବନ ଭୟରେ ବାହାରକୁ ଦୌଡି ପଳାଇ ଆସୁଥିବାର ଦେଖିବାକୁ ମିଳିଥିଲା।

ରବିବାର ସନ୍ଧ୍ୟାରେ ଫିଲିପାଇନ୍ସରେ ହୋଇଥିବା ଭୂକମ୍ପରେ ଲୋକମାନେ ଭୟଭୀତ ହୋଇଥିଲେ। ଏହି ଭୂକମ୍ପର ତୀବ୍ରତା ୬.୬ ଥିଲା। ଏହାର କେନ୍ଦ୍ର ଭୂଗର୍ଭର ୫୬ କିଲୋମିଟର ଗଭୀରରେ ଥିଲା। ଶନିବାର ଏଠାରେ ୭.୬ ତୀବ୍ରତାଯୁକ୍ତ ଏକ ଶକ୍ତିଶାଳୀ ଭୂକମ୍ପରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ସୁନାମି ଚେତାବନୀ ପରେ ହଜାର ହଜାର ଲୋକ ଭୟଭୀତ ହୋଇ ଘର ଛାଡିଥିଲେ।

ଆମେରିକାର ସୁନାମି ଚେତାବନୀ ପ୍ରଣାଳୀ ପ୍ରଥମେ ଫିଲିପାଇନ୍ସ ଉପକୂଳର ତିନି ମିଟର (୧୦ ଫୁଟ) ପର୍ଯ୍ୟନ୍ତ ଜୁଆରର ପୂର୍ବାନୁମାନ କରିଥିଲା, କିନ୍ତୁ ପରେ ଘୋଷଣା କଲାଗଲା ସୁନାମି ବିପଦ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri