ଡ୍ରାଇଭିଂବେଳେ ଫୋନ୍‌ ବ୍ୟବହାର, ଯାଇଛି ୧୬୩ ଜୀବନ

ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି ଚାଳନାବେଳେ ମୋବାଇଲ ବ୍ୟବହାର ଯୋଗୁ ୨୦୨୩ରେ ରାଜ୍ୟରେ ୪୩୩ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୬୩ଜଣଙ୍କ ଜୀବନ ଯାଇଥିବା ରାଜ୍ୟ ପରିବହନ ବିଭାଗର ଜଣେ ଅଧିକାରୀ କହିଛନ୍ତି। ପରିବହନ ବିଭାଗ ପକ୍ଷରୁ ନିୟମିତ କଡ଼ାକଡ଼ି ଯାଞ୍ଚ ନ କରାଯିବା କାରଣରୁ ଏଭଳି ଦୁର୍ଘଟଣା ବଢ଼ିବାରେ ଲାଗିଛି।
ଗାଡିରେ ଡ୍ରାଇଭିଂ ସିଟ୍‌ରେ ବସିବା ପରେ ଡ୍ରାଇଭରଙ୍କ ପାଖରେ ଆଉ ଫୋନ୍‌ ରହିବ ନାହିଁ। ଏ କ୍ଷେତ୍ରରେ ଯାତ୍ରୀମାନେ ଡ୍ରାଇଭରଙ୍କ ତ୍ରୁଟି ଦେଖିଲେ ତୁରନ୍ତ ଟୋଲ୍‌ ଫ୍ରି ନମ୍ବରରେ ଯୋଗାଯୋଗ କରିବା ପାଇଁ ପରିବହନ ବିଭାଗ ପକ୍ଷରୁ ୨୦୧୯ ମସିହାରୁ ଏକ ନିୟମ କରାଯାଇଥିଲା। ନିୟମ କଡାକଡି ପାଳନ ପାଇଁ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ମଧ୍ୟ ଗଠନ ସହ ଅଭିଯୋଗ ଆସିଲେ ତୁରନ୍ତ ତଦନ୍ତ କରାଯାଇ ଚାଳକଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ନିୟମକୁ ସେତେବେଳେ ବିଭିନ୍ନ ମହଲରେ ସ୍ବାଗତ କରାଯାଇଥିଲା। ହେଲେ ଏବେ ନିୟମର କାର୍ଯ୍ୟକାରିତା ଓ ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡ୍ରାଇଭର ଡ୍ରାଇଭିଂ ସମୟରେ ଫୋନ୍‌ରେ କଥା ହେଉଥିବା ଓ ଏଥିପାଇଁ ଅନେକ ସମୟରେ ଦୁର୍ଘଟଣା ଘଟି ବହୁ ଧନଜୀବନ ନଷ୍ଟ ହେଉଥିବା ବହୁ ନଜିର ରହିଛି। ସେହିପରି ପୂର୍ବରୁ ସୁପ୍ରିମକୋର୍ଟ ଭାରିଯାନରେ ସ୍ପିଡ୍‌ ଗର୍ଭନର ଲଗାଇବାକୁ ଆଦେଶ ଦେଇଥିବାବେଳେ ରାଜ୍ୟରେ ଏଯାଏ ଏହା କାର୍ଯ୍ୟକାରୀ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?