Posted inଜାତୀୟ

କଂଗ୍ରେସକୁ ଚେତାବନୀ ଦେଲା ଫୋନ ପେ

ବେଙ୍ଗାଲୁରୁ,୨୯।୬: କର୍ନାଟକର ବୋମ୍ମଇ ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ କରିବାକୁ କଂଗ୍ରେସ କ୍ୟୁଆର କୋଡ ବ୍ୟବହାର କରିଛି। ଏବେ ମଧ୍ୟପ୍ରଦେଶରେ ମଧ୍ୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ବିରୋଧରେ କଂଗ୍ରେସ ସମାନ ରଣନୀତି ଆପଣେଇଛି। ଏହି ସମୟରେ ଡିଜିଟାଲ ପେମେଣ୍ଟ କମ୍ପାନୀ ଫୋନପେ ଏହାର ଲୋଗୋ ବ୍ୟବହାରକୁ ବିରୋଧ କରିଛି।

ଆଗକୁ ନିର୍ବାଚନ ଥିବା ମଧ୍ୟପ୍ରଦେଶରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ପୋଷ୍ଟର ଓ୍ବାର ଚାଲିଛି। ମଧ୍ୟପ୍ରଦେଶ କଂଗ୍ରେସ ସଭାପତି କମଲ ନାଥଙ୍କ କ୍ୟୁଆର କୋଡ ସହିତ ପୋଷ୍ଟର ଦେଖିବା ପରେ କଂଗ୍ରେସ ଭୋପାଳରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ପୋଷ୍ଟର ଲଗାଇଥିଲା। ଏଥିରେ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କୁ କାମ ବଦଳରେ ଟଙ୍କା ନେଇଥିବା ଅଭିଯୋଗ କରିଛି।
ଇଣ୍ଡିଆ ଟୁଡେ ରିପୋର୍ଟ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଶିବରାଜ ସିଂଙ୍କ ମୁହଁ ଥିବା ଏକ କ୍ୟୁଆର କୋଡ ପୋଷ୍ଟରରେ ଛପା ଯାଇଛି। ପୋଷ୍ଟରରେ ଲେଖା ହୋଇଛି ଯାହା ୫୦ପ୍ରତିଶତ ଆଣିଥାଏ, ଫୋନ ପେରେ କାମ ସରିବ। ସୋମବାର ଟୁଇଟର ମାଧ୍ୟମରେ ଏହାକୁ ନେଇ ଫୋନ ପେ ଆପତ୍ତି ଉଠାଇଛି।
ଫୋନପେ କହିଛି ଯେ ଏହାର ଲୋଗୋ ପୋଷ୍ଟରରୁ ହଟାଯିବା ଉଚିତ ଏବଂ କୌଣସି ରାଜନୈତିକ କିମ୍ବା ଅଣ-ରାଜନୈତିକ ତୃତୀୟ ପକ୍ଷ ଏହାର ବେଆଇନ ବ୍ୟବହାରକୁ ବିରୋଧ କରିବେ। କୌଣସି ପ୍ରକାରେ ଲୋଗୋର ବେଆଇନ ବ୍ୟବହାର ଆଇନଗତ କାର୍ଯ୍ୟକୁ ଆମନ୍ତ୍ରଣ କରିବ ବୋଲି କମ୍ପାନୀ କହିଛି। ଏହା ସହିତ ଫୋନପେ କଂଗ୍ରେସକୁ ଫୋନପେର ଲୋଗୋ ଏବଂ ବ୍ରାଣ୍ଡ ବାଲା ପୋଷ୍ଟର ହଟାଇବାକୁ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?