‘ଫୁଲ୍‌ ଔର୍‌ କାଣ୍ଟେ’ର ଏହି ଅଭିନେତ୍ରୀଙ୍କୁ ଏବେ ଆଉ ଚିହ୍ନି ହେଉନି

ମୁମ୍ବାଇ: ଆପଣ ନିଶ୍ଚିତ ଭାବରେ ଫିଲ୍ମ ‘ଫୁଲ୍‌ ଔର୍‌ କାଣ୍ଟେ’କୁ ମନେ ରଖିଥିବେ। ୧୯୯୧ରେ ଫିଲ୍ମଟି ରିଲିଜ ହୋଇଥିଲା। ଏଥିରେ ଅଜୟ ଦେବଗନ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ସେହିପରି ତାଙ୍କ ବିପକ୍ଷରେ ନାୟିକା ମଧୁ ଅଭିନୟ କରିଥିଲେ। କୁହାଯାଏ, ଏହି ଫିଲ୍ମ ହିଁ ଅଜୟଙ୍କୁ ମାଇଲେଜ ଦେଇଥିଲା। ଅଜୟ ଏବେ ବି ଫିଲ୍ମରେ ଅଭିନୟ ଜାରି ରଖିଛନ୍ତି। ମାତ୍ର ଅନିନେତ୍ରୀ ମଧୁ ଶାହା ଫିଲ୍ମଠାରୁ ଦୂରେଇ ଯାଇଛନ୍ତି। ଫିଲ୍ମଠୁ ମଧୁ ଦୂରେଇ ଯାଇଛନ୍ତି ସତ ମାତ୍ର ସୋସିଆଲ ମିଡିଆରେ ଏବେ କିଛି ନୂଆ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଚିହ୍ନିବା କଷ୍ଟକର ହୋଇପଡ଼ିଛି।

ମଧୁ ବିଦେଶ ରାସ୍ତାରେ ବୁଲୁଥିବା ନଜର ଆସିଛନ୍ତି। ତାଙ୍କ ଲୁକ୍‌ ବେଶ୍‌ ଷ୍ଟାଇଲିଶ ହୋଇଛି। ଫଟୋରେ ସେ ଏକ ଓଭରକୋଟ୍‌ ଏବଂ କଳା ଚଷମା ପିନ୍ଧିଛନ୍ତି। ମଧୁଙ୍କ ହସ ଦେଖି ପ୍ରଶଂସକମାନେ ମଧ୍ୟ ହସିଛନ୍ତି। ଫଟୋରେ ବଲିଉଡ୍‌ ଅଭିନେତ୍ରୀ ମନୀଷା କୋଇରାଲା ଲେଖିଛନ୍ତି, ଲଭ୍‌ ଲୁକ୍‌।

‘ଫୁଲ୍‌ ଔର୍‌ କାଣ୍ଟେ’ ପରେ ମଧୁ ରୋଜା, ଦିଲ୍‌ଜଲେ, ଜେଣ୍ଟିଲ୍‌ ମ୍ୟାନ୍‌, ଯୋଦ୍ଧା ଆଦିରେ ନଜର ଆସିଥିଲେ। ଯେଉଁଥିପାଇଁ ଲୋକମାନେ ତାଙ୍କ କାମକୁ ବହୁତ ପସନ୍ଦ କରିଥିଲେ। ଏହି ଅଭିନେତ୍ରୀଙ୍କୁ ଶେଷଥର ପାଇଁ କଙ୍ଗନା ରାଣାଓ୍ବତ୍‌ଙ୍କ ଫିଲ୍ମ ‘ଥଲାଇଭ୍‌’ରେ ଦେଖିବାକୁ ମିଳିଥିଲା। ଏହା ସହିତ ମଧୁ କିଛି ଛୋଟ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri