ନାବାଳିକାଙ୍କୁ ବଳାତ୍କାର ପରେ ଫଟୋ ଭାଇରାଲ

ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଓ ଫଟୋଗୁଡିକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ରୋଶନ ମୁଦଙ୍ଗିଆ ଓରଫ ତ୍ରିନାଥ(୨୦)।

ଥାନା ଅଧିକାରୀ ପ୍ରଶାନ୍ତ ମଲ୍ଲିକଙ୍କ ସୂଚନା ଅନୁଯାୟୀ, ଜଣେ ନାବାଳିକାଙ୍କ ସହ ୪ବର୍ଷ ପୂର୍ବେ ରୋଶନଙ୍କର ବନ୍ଧୁତା ହେବା ପରେ ଉଭୟଙ୍କ ମଧ୍ୟରେ ଫୋନରେ କଥାବାର୍ତ୍ତା ଚାଲିଥିଲା। ବିଭିନ୍ନ ସମୟରେ ନାବାଳିକା ରୋଶନଙ୍କ ସହ ବୁଲିବାକୁ ଯାଇଥିଲେ । ଏହି ସମୟରେ ରୋଶନ ନାବାଳିକାଙ୍କ ସହ କିଛି ଫଟୋ ଉଠାଇଥିଲେ । ଏହି ଫଟୋର ଫାଇଦା ନେଇ ରୋଶନ ନାବାଳିକାଙ୍କୁ ଭୟଭୀତ କରି ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା ।

ସମ୍ପର୍କ ନ ରଖିଲେ ଫଟୋ ଭାଇରାଲ କରିବାକୁ ଧମକ ଦେଇଥିଲେ । ନାବାଳିକା ଜଣକ କଥା ନ ଶୁଣିବାରୁ ରୋଶନ ସୋସିଆଲ ମିଡ଼ିଆରେ ଫଟୋ ଭାଇରଲ କରିଥିଲେ। ନାବାଳିକା ଏହି ଘଟଣାକୁ ନେଇ ପରିବାରକୁ କହିବା ପରେ ପରିବାର ପକ୍ଷରୁ ଗତ ୨୪ତାରିଖରେ ବଡ଼ ବଜାର ଥାନାରେ ଅଭିଯୋଗ କରାଯାଇଥିଲା । ପୋଲିସ ରୋଶନଙ୍କୁ କାବୁ କରିବା ପାଇଁ ଏକ ଟିମ ଗଠନ କରି ତାଙ୍କ ମୋବାଇଲ ଟ୍ରାକିଂ କରିଥିଲା। ରୋଶନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିବା ସହ ତାଙ୍କ ମୋବାଇଲ ଫୋନ ପୋଲିସ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri