Posted inଜାତୀୟ

ନୋଟରେ ଗାନ୍ଧୀଙ୍କ ସହିତ ରହୁ ଲକ୍ଷ୍ମୀ-ଗଣେଶଙ୍କ ଫଟୋ, କେନ୍ଦ୍ର ସରକାରଙ୍କୁ କେଜ୍ରିଓ୍ବାଲଙ୍କ ଅପିଲ…

ନୂଆଦିଲ୍ଲୀ,୨୬।୧୦ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବୁଧବାର ଏକ ଗଣମାଧ୍ୟମ ସମ୍ମିଳନୀରେ କେନ୍ଦ୍ର ସରକାରଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ନୋଟ ଉପରେ ଗାନ୍ଧିଜୀଙ୍କ ସହ ଲକ୍ଷ୍ମୀ-ଗଣେଶଙ୍କ ଫଟୋ ରହିବା ଉଚିତ। ଏହା ଦ୍ୱାରା ସୁଖ ଏବଂ ସମୃଦ୍ଧି ଆସିବ ଓ ସମଗ୍ର ଦେଶବାସୀ ସେମାନଙ୍କ ଆଶୀର୍ବାଦ ପାଇବେ। ଏହା ନୂଆ ନୋଟରୁ ଆରମ୍ଭ ହୋଇପାରିବ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଦେଶର ଅର୍ଥନୀତି ଏକ ଖରାପ ପର୍ଯ୍ୟାୟରେ ଗତି କରୁଛି, ଡଲାର ତୁଳନାରେ ଟଙ୍କା ମୂଲ୍ୟ ହ୍ରାସ ପାଉଛି। ଏହି କ୍ଷେତ୍ରରେ ସୁଧାର ପାଇଁ କେବଳ ଇଶ୍ବରଙ୍କ ଆଶୀର୍ବାଦ ହିଁ ଆବଶ୍ୟକ। ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି।

ସେ କହିଛନ୍ତି ଯେ ଦେଶର ଖରାପ ଅର୍ଥନୀତି ପ୍ରଭାବ ସାଧାରଣ ଲୋକଙ୍କ ଉପରେ ସ୍ପଷ୍ଟ ଦେଖାଯାଉଛି। ଏହି କାରଣରୁ ସାଧାରଣ ଲୋକ ଯନ୍ତ୍ରଣା ଭୋଗୁଛନ୍ତି। ଆମେ ଚାହୁଁ ଭାରତ ଧନୀ ଦେଶ ହେଉ, ଲୋକମାନେ ଧନୀ ହୁଅନ୍ତୁ। ଏଥିପାଇଁ ଆମକୁ ଅନେକ ପଦକ୍ଷେପ ନେବାକୁ ପଡିବ। ଆମକୁ ଡାକ୍ତରଖାନା, ବହୁ ସଂଖ୍ୟାରେ ବିଦ୍ୟାଳୟ ଖୋଲିବାକୁ ପଡିବ। ଭିତ୍ତିଭୂମି ପ୍ରସ୍ତୁତିର ଅବଶ୍ୟକତା ରହିଛି।

କେଜ୍ରିୱାଲ କହିଛନ୍ତି ଯେ ଯେତେବେଳେ ଆମକୁ ଭଗବାନଙ୍କ ଆଶୀର୍ବାଦ ମିଳିବ ସେତେବେଳେ ଆମର ଉଦ୍ୟମ ସଫଳ ହେବ। ସେ କହିଛନ୍ତି ଯେ ଅନେକ ଥର ଏହା ଘଟେ ଯେ କଠିନ ପରିଶ୍ରମ କରିବା ପରେ ମଧ୍ୟ କୌଣସି ଫଳାଫଳ ମିଳେ ନାହିଁ। ଏହି କ୍ଷେତ୍ରରେ, ଇଶ୍ବରଙ୍କ ଆଶୀର୍ବାଦ ଆବଶ୍ୟକ। ଯେତେବେଳେ ଦେବତାମାନଙ୍କର ଆଶୀର୍ବାଦ ମିଳେ, ଫଳାଫଳ ଆସିବା ଆରମ୍ଭ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri