ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଛୋଟ ଆକାରରେ ଥିବା ସହ ନେତ୍ରୀ ସ୍ମୃତିରେଖା ପହି ନିଜ ଫଟୋକୁ ବଡ଼ କରି ପ୍ରିଣ୍ଟ କରିଛନ୍ତି। କିନ୍ତୁ ବିଡ଼ମ୍ବନା ଯେ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଫଟୋ ଉକ୍ତ ଟି-ଶାର୍ଟରେ ଦେଖିବାକୁ ମିଳିନାହିଁ। ଏଥିରୁ ରାଜ୍ୟ ଭାଜପା ସଭାପତିଙ୍କୁ ଅଣଦେଖା କରାଯାଇଛି ବୋଲି କେତେ ଜଣ ଭାଜପା କର୍ମୀ ମତବ୍ୟକ୍ତ କରିଛନ୍ତି। କିଛିଦିନ ହେବ ଧର୍ମଶାଳା ଭାଜପାରେ ଟିକେଟ୍‌ କଳି ଲାଗି ରହିଥିଲା। ଗୋଟିଏପକ୍ଷେ ହିମାଂଶୁ ଶେଖର ସାହୁ ଟିକେଟ୍‌ ପାଇଁ ଦାବିଦାର ଥିବାବେଳେ ଦଳ କିନ୍ତୁ ସ୍ମୃତିରେଖା ପହିଙ୍କ ନାମ ଘୋଷଣା କରିଛି, ଯାହାକୁ ନେଇ ଦଳ ମଧ୍ୟରେ ଅସନ୍ତୋଷ ବଢ଼ିବାକୁ ଲାଗିଥିଲା। ବଡ଼ କଥା ହେଲା ହିମାଂଶୁ ପୂର୍ବରୁ ଯେତେଥର ସାଧାରଣ ସଭାର ଆୟୋଜନ କରୁଥିଲେ ସେଥିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରାୟ ସାମିଲ ହେଉଥିଲେ। ଏହି କାରଣରୁ ସ୍ମୃତିରେଖା ରାଜ୍ୟ ସଭାପତିଙ୍କ ଫଟୋ ପ୍ରିଣ୍ଟ କରି ନ ଥିବା ଆଲୋଚନାର ବିଷୟ ହୋଇଛି। ଏ ବିଷୟରେ ଭାଜପା ନେତା ଚନ୍ଦ୍ରମଣି ପଣ୍ଡିତ କହିଛନ୍ତି, ଏହା ଅନ୍ଧାରିଆ ଶୋଭାଯାତ୍ରା ଏବଂ ସ୍ଥାନୀୟ ଜଣେ ବିରୋଧୀ ନେତାଙ୍କ ଟଙ୍କାରେ କରାଯାଇଛି ।
ରାଜ୍ୟ ସଭାପତି ମନମୋହନ ହିମାଂଶୁଙ୍କୁ ସମର୍ଥନ କରୁଥିଲେ । ତେଣୁ ନେତ୍ରୀ ତାଙ୍କ ଫଟୋ କେମିତି ରଖିବେ ବୋଲି ଓଲଟା ପ୍ରଶ୍ନ କରିଛନ୍ତି। ନିର୍ବାଚନ ଯେତେ ପାଖେଇ ଆସୁଛି ଦଳ ଭିତରେ ଥିବା ଗୋଷ୍ଠୀକନ୍ଦଳ ସେତେ ପଦାକୁ ଆସୁଛି। ସୂଚନା ମୁତାବକ, ସ୍ମୃତିରେଖା ନିଜର ଶକ୍ତି ପ୍ରଦର୍ଶନ କରିବା ନିମନ୍ତେ ମଙ୍ଗଳବାର ଏକ ବାଇକ୍‌ ଶୋଭାଯାତ୍ରା ଆୟୋଜନ କରିଥିଲେ। ଏହା ନାକପୋଲ ହାଟ ପଡ଼ିଆଠାରୁ ବାହାରି ଜାରକା ବଜାର ମଧ୍ୟ ଦେଇ ଉତ୍ତରପ୍ରତାପ ଗ୍ରାମପଞ୍ଚାୟତର ନରସିଂହପୁର ଖେଳପଡ଼ିଆଠାରେ ପହଞ୍ଚିଥିଲା। ଏ ସଂକ୍ରାନ୍ତରେ ସ୍ମୃତିରେଖାଙ୍କ ମତାମତ ନେବାକୁ ତାଙ୍କ ମୋବାଇଲକୁ ଯୋଗାଯୋଗ କରାଯାଇଥିଲେ ହେଁ ସେ ଫୋନ୍‌ କଲ୍‌ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri