Posted inଜାତୀୟ

ଆଡମିଟ୍‌ କାର୍ଡରେ ପ୍ରଧାନମନ୍ତ୍ରୀ-ରାଜ୍ୟପାଳ-ଧୋନୀଙ୍କ ଫଟୋ, ତଦନ୍ତ ନିର୍ଦ୍ଦେଶ…

ପାଟନା, ୧୧।୯ : ବିହାରର ପରୀକ୍ଷାର୍ଥୀଙ୍କୁ ଏକ ବିଶ୍ୱବିଦ୍ୟାଳୟ ପକ୍ଷରୁ ଦିଆଯାଇଥିବା ଆଡମିଟ କାର୍ଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭେଟେରାନ କ୍ରିକେଟର ମହେନ୍ଦ୍ର ସିଂ ଧୋନି ଏବଂ ବିହାର ରାଜ୍ୟପାଳ ଫାଗୁ ଚୌହାନଙ୍କ ଫଟୋ ଦେଖିବାକୁ ମିଳିଛି। ଏହି ପ୍ରାର୍ଥୀମାନେ ମଧୁବାନୀ, ସାମସ୍ତିପୁର ଏବଂ ବେଗୁସରାଇ ଜିଲାରେ ଅବସ୍ଥିତ କଲେଜଗୁଡ଼ିକର ତୃତୀୟ ବର୍ଷର ବିଏ ଛାତ୍ର ବୋଲି କୁହାଯାଉଛି। ଏହି ସମସ୍ତ କଲେଜ ଲଲିତ ନାରାୟଣ ମିଥିଲା ବିଶ୍ୱବିଦ୍ୟାଳୟ ସହିତ ଜଡିତ, ଯାହାର ମୁଖ୍ୟ କାର୍ଯ୍ୟାଳୟ ଦରଭଙ୍ଗାଠାରେ ଅବସ୍ଥିତ।

ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ମୁସ୍ତାକ ଅହମ୍ମଦ କହିଛନ୍ତି ଯେ ଏହି ଅନିୟମିତତାକୁ ଗୁରୁତର ଭାବେ ଗ୍ରହଣ କରାଯାଇଛି। ସୋସିଆଲ ମିଡିଆ ମାଧ୍ୟମରେ ଏସମ୍ପର୍କରେ ଖବର ପ୍ରଚାର ହେବାପରେ ତ୍ରୁଟି ଜଣାପଡ଼ିଛି। ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ସଂପୃକ୍ତ ଛାତ୍ରମାନଙ୍କୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏନେଇ ଏଫ୍‌ଆଇଆର ମଧ୍ୟ ରୁଜୁ କରାଯାଇପାରିବ ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ ଆଡମିଟ କାର୍ଡ ଅନଲାଇନରେ ଦିଆଯାଉଛି ଏବଂ ସମ୍ପୃକ୍ତ ଛାତ୍ରମାନେ ଏହାକୁ ଡାଉନଲୋଡ କରୁଛନ୍ତି । ଏହି ସମସ୍ତ ଛାତ୍ରଙ୍କୁ ନିର୍ଦ୍ଦିଷ୍ଟ ଲଗଇନ ବିବରଣୀ ଦିଆଯାଇଛି। ରେଜିଷ୍ଟ୍ରାର କହିଛନ୍ତି, ଛାତ୍ରମାନଙ୍କୁ ଫଟୋଗ୍ରାଫ ଏବଂ ଅନ୍ୟାନ୍ୟ ସୂଚନା ଅପଲୋଡ କରିବାକୁ ପଡିବ, ଯାହା ପରେ ଆମେ ଆଡମିଟ କାର୍ଡ ପ୍ରସ୍ତୁତ କରିଥାଉ। ଏଥିରୁ ଜଣାପଡୁଛି ଯେ କିଛି ଛାତ୍ର ଦାୟିତ୍ୱହୀନ ଭାବେ କାର୍ଯ୍ୟ କରିଛନ୍ତି।

ତଦନ୍ତ ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏହା ଦ୍ୱାରା ବିଶ୍ୱବିଦ୍ୟାଳୟର ନାମ କ୍ଷୁର୍ଣ୍ଣ ହୋଇଛି । ପ୍ରଧାନମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ଫଟୋଗୁଡ଼ିକର ଅପବ୍ୟବହାର ମଧ୍ୟ ଏକ ଗୁରୁତର ବିଷୟ। ସୂଚନାଯୋଗ୍ୟ ଯେ କିଛି ବର୍ଷ ପୂର୍ବେ ମୁଜାଫରପୁରରେ ଏଭଳି ଏକ ମାମଲା ସାମ୍ନାକୁ ଆସିଥିଲା ଯେତେବେଳେ ଆଡମିଟ କାର୍ଡରେ ପିତା ଏବଂ ମାତାଙ୍କ ନାମ ବଦଳରେ ଥିଲା ବଲିଉଡ ଅଭିନେତା ଇମ୍ରାନ ହାସମି ଏବଂ ସନି ଲିଓନଙ୍କ ନାମ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri