Posted inଜାତୀୟ

ମଧୁର ହସ, ମଥାରେ ତିଳକ: ସାମ୍ନାକୁ ଆସିଲା ରାମ ଲାଲାଙ୍କର ପୂର୍ଣ୍ଣବୟବ ମୂର୍ତ୍ତିର ଫଟୋ

ନୂଆଦିଲ୍ଲୀ,୧୯।୧: ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପୂର୍ବରୁ ସାମ୍ନାକୁ ଆସିଛି ରାମଲାଲାଙ୍କ ପୂର୍ଣ୍ଣବୟବ ମୂର୍ତ୍ତିର ଫଟୋ। ଭକ୍ତମାନେ ପ୍ରଭୁ ଶ୍ରୀ ରାମଙ୍କ ଦର୍ଶନ ପାଇଁ ଉତ୍ସାହର ସହିତ ଅପେକ୍ଷା କରି ରହିଛନ୍ତି। ଏହି ଫଟୋ ଗର୍ଭଗୃହରେ ରାମ ଲାଲାଙ୍କର ଗର୍ଭଗୃହରେ ପ୍ରତିଷ୍ଠା ପୂର୍ବର ଅଟେ। ଫଟୋରେ ଶ୍ରୀ ରାମଙ୍କ ମୁହଁରେ ମଧୁର ହସ ଏବଂ କପାଳରେ ତିଳକ ରହିଥିବା ଦେଖିବାକୁ ମିଳିଛି।

ଏହାପୂର୍ବରୁ ମଧ୍ୟ ରାମଲାଲାଙ୍କ ଫଟୋ ଆସିଥିଲା, ଯେଉଁଥିରେ ଏକ ଧଳା କପଡ଼ାରେ ମୂର୍ତ୍ତିକୁ ଘୋଡାଇ ଦିଆଯାଇଥିଲା। ମୈସୁର ମୂର୍ତ୍ତିକାର ଅରୁଣ ଯୋଗୀରାଜଙ୍କ ଦ୍ୱାରା ନିର୍ମିତ ୫୧ ଇଞ୍ଚର ରାମଲାଲାଙ୍କ ମୂର୍ତ୍ତି ଗୁରୁବାର ମନ୍ଦିରକୁ ଅଣାଯାଇଥିଲା।

ପିଟିଆଇ ରିପୋର୍ଟ ଅନୁଯାୟୀ, ପବିତ୍ର ସମାରୋହ ସହ ଜଡିତ ପୁରୋହିତ ଅରୁଣ ଦୀକ୍ଷିତ କହିଛନ୍ତି ଯେ ଗୁରୁବାର ଅପରାହ୍ନରେ ଗର୍ଭଗୃହରେ ରାମଲାଲାଙ୍କ ପ୍ରତିମା ସ୍ଥାପନ କରାଯାଇଛି। ମନ୍ଦିର ନିର୍ମାଣର ତଦାରଖ କରୁଥିବା ସଂଗଠନ ଶ୍ରୀ ରାମ ଜନ୍ମଭୂମି ତିର୍ଥ କ୍ଷେତର ଟ୍ରଷ୍ଟ ଅନୁଯାୟୀ ଭବ୍ୟ ମନ୍ତ୍ର ଜପ କରି ରାମଲାଲାଙ୍କ ପ୍ରତିମାକୁ ପବିତ୍ର ମନ୍ଦିରରେ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri