ପୋଲିଂ ବୁଥ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ: ଆପତ୍ତି ଉଠାଇଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ,୧୬।୨-ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଖୁଣ୍ଟାପାଳ ବୁଥ୍‌ରେ ଆଚରଣ ବିଧି ଉଲ୍ଲଂଘନ କରାଯାଇଛି। ଏନେଇ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଉକ୍ତ ବୁଥ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋଚିତ୍ର ଲାଗିଥିବା ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଟୁଡୁ ଅଭିଯୋଗ କରିଛନ୍ତି ଯେ, ବୁଧବାର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ପୈତୃକ ଗ୍ରାମ ଖୁଣ୍ଟାପାଳ ପ୍ରାଥମିକ ସ୍କୁଲର ୮ ନଂ. ବୁଥ୍‌କୁ ଯାଇ ମତଦାନ କରିଥିଲେ। ମତଦାନ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କର ଏକ ବଡ଼ ବ୍ୟାନର ଲଗାଯାଇଥିବା ସେ ଦେଖିବାକୁ ପାଇଥିଲେ। ଏହାକୁ ଦେଖି ଭୋଟରମାନେ ପ୍ରଭାବିତ ହେଉଥିବା ବେଳେ ଆଚରଣ ବିଧିକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି ବୋଲି ଦାୟିତ୍ୱରେ ଥିବା ପ୍ରିଜାଇଡିଂ ଅଫିସରଙ୍କୁ ଜଣାଇବା ପରେ ମଧ୍ୟ ସେ ଗୁରୁତ୍ୱ ଦେଇ ନ ଥିଲେ। ତେବେ ଜିଲାପାଳଙ୍କୁ ଜଣାଇବା ପରେ ତୁରନ୍ତ ବ୍ୟାନର ଉଠାଇ ନେଇଥିଲେ। ପରେ ବିଭିନ୍ନ ବୁଥ୍‌ ପରିଦର୍ଶନରେ ଯାଇ ଅବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଜିଲାପାଳଙ୍କୁ ଅବଗତ କରିଛନ୍ତି। ଲୋକଙ୍କ ମଧ୍ୟରେ ଉତ୍ସାହ ଭରି ରହିଥିବା ବେଳେ ମତଦାନ କେନ୍ଦ୍ରରେ ଆବଶ୍ୟକ ପୋଲିଂ ପାର୍ଟି ନିୟୋଜିତ ହୋଇ ନ ଥିବାରୁ ଭୋଟରମାନଙ୍କୁ ବହୁ ସମୟ ଅପେକ୍ଷା କରିବାକୁ ପଡୁଛି। ସେହିପରି କେତେକ ବୁଥ୍‌ରେ ପ୍ରିଜାଇଡିଂ ଅଫିସରମାନେ ମତଦାନ ସ୍ଥାନରେ ବସି ରହୁଥିବା ବେଳେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ, ମୁକ୍ତ ଓ ସ୍ବଚ୍ଛ ଭାବେ କରିବାକୁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଥିଲେ ହେଁ ଦାୟିତ୍ୱରେ ଥିବା ଅଧିକାରୀମାନେ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri