ରାଷ୍ଟ୍ରପତିଙ୍କ ଫଟୋ ଆଙ୍କି ପଠାଇଥିଲେ

ସୋରଡା,୮।୪(ଲମ୍ବୋଦର ପାଣିଗ୍ରାହୀ): ଶଶିଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ତଥା ସ୍ଥାନୀୟ ପାଇକ ସାହି ଭଗବାନ ସାହୁଙ୍କ ପୁଅ ଶୁଭମ ସାହୁ ମାର୍ଚ୍ଚ ୬ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅବିକଳ ପେନସିଲ ଆର୍ଟ ଫୋଟୋ ଚିତ୍ରକୁ ସ୍ବତନ୍ତ୍ର ଡାକ ଯୋଗେ ରାଷ୍ଟ୍ରପତି ଭବନକୁ ପଠାଇଥିଲେ। ଉକ୍ତ ଚିତ୍ର ରାଷ୍ଟ୍ରପତି ଭବନରେ ହସ୍ତଗତ ହେବାପରେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବାଳୟରୁ ମେସେଜ ଯୋଗେ ଶୁଭମ୍‌ଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି।

୩ ବର୍ଷ ହେଲା ଶୁଭମ୍‌ ବିଭିନ୍ନ ମହାପୁରୁଷ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜୁ ପଟ୍ଟନାୟକ, ମହାତ୍ମା ଗାନ୍ଧୀ, ନେତାଜୀଙ୍କ ଫଟୋ ଚିତ୍ର ସହ ସ୍ଥାନୀୟ ବିଧାୟକ, ଏନ୍‌ଏସି ଅଧ୍ୟକ୍ଷଙ୍କ ସହ ବିଭିନ୍ନ ଠାକୁରଙ୍କ ଚିତ୍ର ସହ ପୂର୍ବତନ ରାଷ୍ଟ୍ରପତି ଅବଦୁଲ କଲାମଙ୍କ ପରି ବହୁ ବ୍ୟକ୍ତିଙ୍କ ପେନସିଲରେ ଅବିକଳ ଚିତ୍ର ଆଙ୍କି ଅଞ୍ଚଳର ବିଭିନ୍ନ ସମାରୋହ, ଯାତ୍ରା, ବିଦ୍ୟାଳୟ ସହ ବିଭିନ୍ନ ସମାବେଶରେ ପ୍ରଦାନ କରିଚାଲିଛନ୍ତି।

ଏନେଇ ୧୩ ବର୍ଷ ବୟସର ଶୁଭମ୍‌ ୫-ଟି ଅଧ୍ୟକ୍ଷ ପଣ୍ଡିଆନ, ଗଞ୍ଜାମ ଜିଲାପାଳ, ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ଏନ୍‌ଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡା, ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୁତୀକୃଷ୍ଣ ପାତ୍ରଙ୍କ ସମେତ ବହୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଛନ୍ତି।

ଅନ୍ୟପକ୍ଷେ ରାଷ୍ଟ୍ରପତିଙ୍କୁ ଶୁଭମ୍‌ ନିଜ କଳାର ନିଦର୍ଶନ ପଠାଇ ସେଠାରୁ ଧନ୍ୟବାଦ ବାର୍ତ୍ତା ଆସିବା ପରେ ଶୁଭ୍‌ମ ଖୁସି ବ୍ୟକ୍ତ କରିଛନ୍ତି। ବର୍ତ୍ତମାନ ଶୁଭମ୍‌ ପେନସିଲ ଚିତ୍ରକର ଭାବେ ଅଞ୍ଚଳରେ ପରିଚିତ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri